ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ସମୟରେ ମାଆ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ଅଧିକ ହିଂସ୍ର ହୋଇଥାଏ । ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିବାକୁ ବାରଣ କରାଯାଇଛି ।
ଅର୍ଗସ ବ୍ୟୁରୋ : ଆଜି ଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ । ସୂଚନା ଅନୁସାରେ, କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି । ନଦୀ ନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କ ମିଳନ ପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜାଇବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ସମୟରେ ମାଆ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ଅଧିକ ହିଂସ୍ର ହୋଇଥାଏ । ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିବାକୁ ବାରଣ କରାଯାଇଛି ।
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼ । ଜଣେ ମହିଳା ପୋଲିସ କର୍ମଚାରୀ ଆହତ ସୂଚନା । evm ମେସିନ ନେଲାବେଳେ ମହିଳା ଓ ଭୋଟରଙ୍କୁ ପୋଲିସର ଲାଠିଚାର୍ଜ ।
ଅଧିକ ପଢନ୍ତୁ : ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
ଭୋଟ୍ ଦେବାକୁ ସୁଯୋଗ ନମିଳିବାରୁ ତାତିଲେ ଲୋକେ । ପୂର୍ବରୁ ବୌଦ୍ଧ ୫୭ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ ସ୍ଥାନୀୟ ଲୋକେ ।
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମେ' ୨୨ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗଗ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି । ମେ' ୨୪ ତାରିଖରେ ଏହା ବଙ୍ଗୋପ ସାଗରର କେନ୍ଦ୍ରୀୟ ଇଲାକାରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ମେ' ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଖପାଖ ଅଞ୍ଚଳକୁ ବିସ୍ତାର କରିବ । ମେ' ୨୪ ତାରିଖ ବେଳକୁ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିରେ କୁହାଯାଇଛି କି, ଏହି ସମୟରେ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଉଛନ୍ତି ସେମାନେ ଯଥାଶୀଘ୍ର ସ୍ଥଳଭାଗକୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର