ଖାଲି ସେତିକି ନୁହେଁ ଆଗାମୀ 48 ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି 2°C ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଯାହା ପ୍ରଭାବରେ ଆଗାମୀ 4 ରୁ 5 ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ଥିତି ଜାରି ରହିବା ସହ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହରୁ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବ । ରାଜ୍ୟର ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଅଧିକ ରହିବା ସହ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ଆଦ୍ରତା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।
ଆବଶ୍ୟକ ନଥିଲେ ଦିନ 11 ଟା ରୁ 3 ଟା ମଧ୍ୟରେ ଘରୁ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି । ଗର୍ଭବତୀ, ହାର୍ଟ ରୋଗୀ, ଛୋଟପିଲା, ବୟସ୍କ ବ୍ୟକ୍ତି ବିଶେଷ ଯତ୍ନବାନ ହେବା ସହ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ଏଲର୍ଟ ଜାରି କରିଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...