`ମା ଭଉଣୀଙ୍କ ସୁରକ୍ଷା ପାଇଁ ବିଜେପି ସବୁବେଳେ ଛିଡ଼ା ହୋଇଛି । ନୟାଗଡ଼ରେ ପହଞ୍ଚିବା ପରେ ମଙ୍ଗରାଜପୁରଠାରେ ସହିଦ ରଘୁ ଦିବାକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ରାଜନାଥ ସିଂ ।
ନୟାଗଡ: ନୟାଗଡ଼ ରଣପୁର ବିଜୟ ସଂକଳ୍ପ ସମାବେଶରେ କଂଗ୍ରେସ ଓ ବିଜେଡି ଉପରେ ବର୍ଷିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ସେ କହିଛନ୍ତି, `କଂଗ୍ରେସ ଲୋକତନ୍ତ୍ରର ହତ୍ୟା କରିଛି' । `ଏଥର ଦିଲ୍ଲୀରେ ବିଜେପି ସରକାର ହେବ' । `ଦେଶରେ ଓ୍ବାନ ନେସନ୍ ଓ୍ବାନ ଇଲେକ୍ସନ ହେବା ଦରକାର' । `ବିଜେପି ଯାହା କହେ ତାହା କରେ' । `କଂଗ୍ରେସ ଯାଇସାରିଛି, ଏଥର ରାଜ୍ୟରୁ ବିଜେଡି ବି ଯିବ' । କଂଗ୍ରେସ ଦେଶରେ 80 ଥର ସମ୍ବିଧାନ ସଂଶୋଧନ କରିଛି ।
`ମା ଭଉଣୀଙ୍କ ସୁରକ୍ଷା ପାଇଁ ବିଜେପି ସବୁବେଳେ ଛିଡ଼ା ହୋଇଛି । ନୟାଗଡ଼ରେ ପହଞ୍ଚିବା ପରେ ମଙ୍ଗରାଜପୁରଠାରେ ସହିଦ ରଘୁ ଦିବାକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ରାଜନାଥ ସିଂ ।
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼ । ଜଣେ ମହିଳା ପୋଲିସ କର୍ମଚାରୀ ଆହତ ସୂଚନା । evm ମେସିନ ନେଲାବେଳେ ମହିଳା ଓ ଭୋଟରଙ୍କୁ ପୋଲିସର ଲାଠିଚାର୍ଜ ।
ଅଧିକ ପଢନ୍ତୁ : ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
ଭୋଟ୍ ଦେବାକୁ ସୁଯୋଗ ନମିଳିବାରୁ ତାତିଲେ ଲୋକେ । ପୂର୍ବରୁ ବୌଦ୍ଧ ୫୭ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ ସ୍ଥାନୀୟ ଲୋକେ ।
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମେ' ୨୨ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗଗ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି । ମେ' ୨୪ ତାରିଖରେ ଏହା ବଙ୍ଗୋପ ସାଗରର କେନ୍ଦ୍ରୀୟ ଇଲାକାରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ମେ' ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଖପାଖ ଅଞ୍ଚଳକୁ ବିସ୍ତାର କରିବ । ମେ' ୨୪ ତାରିଖ ବେଳକୁ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିରେ କୁହାଯାଇଛି କି, ଏହି ସମୟରେ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଉଛନ୍ତି ସେମାନେ ଯଥାଶୀଘ୍ର ସ୍ଥଳଭାଗକୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର