ତେବେ କିଛି ଦିନ ପୂର୍ବରୁ ଏବିପି ସି ଭୋଟର ସର୍ଭେରେ ବି ଓଡ଼ିଶାରେ ବିଜେପିର ବଡ଼ ବିଜୟ ନେଇ କରାଯାଇଥିଲା ଆକଳନ । ସର୍ଭେ ରିପୋର୍ଟ କହୁଛି ଓଡ଼ିଶାରେ ବିଜେପିକୁ ମିଳିପାରେ ୧୩ ଲୋକସଭା ଆସନ। ମାତ୍ର ୭ଟିରେ ସୀମିତ ରହିବ ବିଜେଡି, କଂଗ୍ରେସ ହାତକୁ ଯାଇପାରେ ଗୋଟିଏ ସିଟ୍ । ସେହିପରି TV - 9 ଭାରତ ବର୍ଷ ଓପିନିଅନ୍ ପୋଲ୍ ବି କରିଛି ପୂର୍ବାନୁମାନ । ଓଡ଼ିଶାରେ ବିଜେପି ହେବ ନମ୍ବର ୱାନ୍ । TV - 9 ସର୍ଭେ ରିପୋର୍ଟ ଅନୁସାରେ ଓଡ଼ିଶାରେ ବିଜେପି ଜିତିବ ୧୪ଟି ଲୋକସଭା ସିଟ୍ ଓ ବିଜେଡି ଖାତାକୁ ଯିବ ମାତ୍ର ୬ ଟି ଆସନ । ମାତ୍ର ଗୋଟିଏରେ ବିଜୟୀ ହୋଇପାରେ କଂଗ୍ରେସ । ନ୍ୟୁଜ୍ ଏକ୍ସର ଓପିନିୟନ୍ ପୋଲରେ ବି ବିଜେପି ୧୪ଟି ଓ ବିଜେଡି ୭ଟି ଆସନରେ ଜିତିବା ନେଇ କରାଯାଇଛି ପୂର୍ବାନୁମାନ ।
ସପ୍ତାହକ ତଳେ ବିଶିଷ୍ଟ ରାଜନୈତିକ ରଣନିତିକାର ପ୍ରଶାନ୍ତ କିଶୋର କହିଥିଲେ, ଓଡିଶାରେ ବିଜେପି ହେବ ନମ୍ବର ୧ ଦଳ। ପୂର୍ବରୁ ୧ କୋଟିରୁ ଅଧିକ ସବସ୍କ୍ରାଇବର ଥିବା ତାମିଲ ଚ୍ୟାନେଲ ପୁଥିୟାଥାଲାଇମୁରାଇ-ଦି ଫେଡେରାଲ୍ କରିଥିବା ସର୍ଭେରେ ବିଜେପିକୁ ୫୪.୯୦ ପ୍ରତିଶତ ଭୋଟ ମିଳିପାରେ ବୋଲି ଆକଳନ କରାଯାଇଥିବା ବେଳେ ବିଜେଡିର ଭୋଟ ହାର ୧୯.୩୫ ଖସି ଆସିପାରେ ବୋଲି ଆକଳନ କରାଥିଲା । ଓପିନିୟନ ପୋଲ ଅନୁସାରେ ବିଜେପିକୁ ୨୦ ଓ ବିଜେଡିକୁ ମିଳିପାରେ ଗୋଟିଏ ଆସନ ମିଳିବ ବୋଲି ଆକଳନ କରାଯାଇଥିଲା ।
୧୯ ସାଧାରଣ ନିର୍ବାଚନରେ ବିଜେପିକୁ ମିଳିଥିଲା ୩୮ ପ୍ରତିଶତ ଭୋଟ ଏବଂ ବିଜେଡି ପାଇଥିଲା ୪୨ ପ୍ରତିଶତ ଭୋଟ । ଉଭୟ ଦଳ ମଧ୍ୟରେ ୪ ପ୍ରତିଶତ ଅର୍ଥାତ ମାତ୍ର ୧୦ ଲକ୍ଷ ଭୋଟର ବ୍ୟବଧାନ ଥିଲା । ତେଣୁ ତମାମ ସର୍ଭେ ରିପୋର୍ଟକୁ ଦେଖିଲେ ବିଜେଡି ସରକାର ବିରୋଧରେ ଥିବା ଆଣ୍ଟି ଇନକମ୍ବାନ୍ସି ଦଳ ପାଇଁ ଘାତକ ସାଜିପାରେ । ଆଉ ମୋଦି ଗ୍ୟାରେଣ୍ଟି ପ୍ରତି ବଢୁଥିବା ଓଡିଶାବାସୀଙ୍କ ଭରଷା ବିଜେପିକୁ ଦେଇପାରେ ସଫଳତା ।
ଅଧିକ ପଢନ୍ତୁ ଓଡ଼ିଶା ଖବର