ଏହା ସହ ରାସ୍ତା ସମସ୍ୟା ନେଇ ସାହିବାସୀ ବିଡ଼ିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସମସ୍ୟା ଦୂର ନ ହେଲେ ଭୋଟ ବର୍ଜ୍ଜନ କରିବାକୁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
କେନ୍ଦୁଝର: ପାଣି ଓ ରାସ୍ତା ସମସ୍ୟା ନେଇ ଧାରଣା ଦେଲେ ଗ୍ରାମବାସୀ । କେନ୍ଦୁଝର ଘଟଗାଁ ବ୍ଲକ ଟେଣ୍ଟେଇଟାଙ୍ଗର ସାହିରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି । ସାହିରେ ୩୦୦ ରୁ ୪୦୦ ଲୋକ ବସବାସ କରୁଥିବା ବେଳେ ଗୋଟିଏ ନଳକୂପ ରହିଛି। ହେଲେ ତାହା ଏବେ ଅଚଳ ।
ଏହା ସହ ରାସ୍ତା ସମସ୍ୟା ନେଇ ସାହିବାସୀ ବିଡ଼ିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସମସ୍ୟା ଦୂର ନ ହେଲେ ଭୋଟ ବର୍ଜ୍ଜନ କରିବାକୁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।
9162ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି 79 ଲକ୍ଷ 69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ପ୍ରାୟ 102 କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ 60ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇରେ ପିକ୍ ଅପ ଭ୍ୟାନ ଭାରସାମ୍ୟ ହରାଇ ଖସିପଡିଛି ।
ଏହି ପିକଅପ ଭ୍ୟାନରେ ୨୫ରୁ ୩୦ ଶ୍ରମିକ ଯାଉଥିଲେ । କୱର୍ଦ୍ଧା ଏସପିଙ୍କ କହିବାନୁସାରେ, ଏକ ପିକଅପ ଭ୍ୟାନ ଘାଇକୁ ପଲଟିଯିବା ଫଳରେ ୧୮ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ପୋଲିସ ସୂଚନା ଦେଇଛି।
ଅଧିକ ପଢ଼ନ୍ତ ଭାରତ ଖବର
ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।
କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ । ସେହିପରି ୨୨ ତରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର