Humane Sagar / ଟିଟିଲାଗଡ଼ ଭିଟାମାଟିରେ ହେବ ହ୍ୟୁମାନଙ୍କ ଶେଷ କୃତ୍ୟ

Key Points
ଭୋର ୪ଟା ବେଳେ କଟକ ସିଡିଏ ସେକ୍ଟର ୬ ସ୍ଥିତ ବାସ ଭବନରୁ ଟିଟିଲାଗଡ଼ ବାହାରିଲା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାର୍ଥିବ ଶରୀର ।
ଆଉ ନାହାନ୍ତି ହ୍ୟୁମାନ ସାଗର । ଓଡ଼ିଶା ମାଟିର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ହେଉଛନ୍ତି ହ୍ୟୁମାନ ସାଗର । ତାଙ୍କର ସଂଗୀତ ଓଡ଼ିଶା ଲୋକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ସେ କିଛି ଦିନ ହେବ ଅସୁସ୍ଥ ଥିବାରୁ ତାଙ୍କୁ ପ୍ରଥମେ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ୧୪ ତାରିଖରେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।
ବଲାଙ୍ଗିରର ଭିଟାମାଟି ଟିଟିଲାଗଡ଼ରେ ହେବ ଶେଷ କୃତ୍ୟ । ଭୋର ୪ଟା ବେଳେ କଟକ ସିଡିଏ ସେକ୍ଟର ୬ ସ୍ଥିତ ବାସ ଭବନରୁ ଟିଟିଲାଗଡ଼ ବାହାରିଲା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାର୍ଥିବ ଶରୀର । କଟକରେ ଶେଷ ଦର୍ଶନ କଲେ ଅନେକ ବିଶିଷ୍ଟ ବ୍ୟକ୍ତି । ପ୍ରାୟ ଦଶନ୍ଧି ଧରି ଶେଷ ପର୍ଯ୍ୟନ୍ତ ସେ ଥିଲେ ଓଡ଼ିଆ ସଙ୍ଗୀତଜଗତର ଶୀର୍ଷସ୍ଥାନର ତାରକାକଣ୍ଠଶିଳ୍ପୀ । ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତ ଏକ ଉଦୀୟମାନ ଶିଳ୍ପୀଙ୍କୁ ହରାଇଛି ।
ହ୍ୟୁମାନଙ୍କ ଦେହାନ୍ତ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଅପୟୂରଣୀୟ କ୍ଷତି କହିଲେ ଭୁଲ ହେବନି। ଗତକାଲି ହ୍ୟୁମାନଙ୍କ ଚେତନା ଶକ୍ତିରେ ସାମାନ୍ୟ ସୁଧାର ଆସିଥିବା ଜଣାପଡ଼ିଥିଲା । ଡାକ୍ତର କହିଥିଲେ, ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କିନ୍ତୁ ତାପରେ ପୁଣି ବିଗିଡ଼ିଥିଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା । ତାଙ୍କୁ ୧୪ ତାରିଖରେ ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି କରାଯାଇଥିଲା ।
ଲିଭର ସିରୋସିସ୍ ହେଉଛି ଏକ ଦୀର୍ଘକାଳୀନ ରୋଗ ଯେଉଁଥିରେ ଯକୃତର ସ୍ୱାଭାବିକ କୋଷଗୁଡ଼ିକ ଧୀରେ ଧୀରେ ନଷ୍ଟ ହୋଇଯାଏ ଏବଂ ସେହି ସ୍ଥାନରେ କ୍ଷତିଗ୍ରସ୍ତ ତନ୍ତୁ ସୃଷ୍ଟି ହୁଏ । ଏହି କ୍ଷତିଗ୍ରସ୍ତ ତନ୍ତୁକୁ 'ଫାଇବ୍ରୋସିସ୍' କୁହାଯାଏ। ଏହି କାରଣରୁ ଯକୃତ କଠିନ ହୋଇଯାଏ ଏବଂ ତା'ର ସ୍ୱାଭାବିକ କାର୍ଯ୍ୟ କରିବା କ୍ଷମତା କମିଯାଏ । ଯକୃତର ମୁଖ୍ୟ କାର୍ଯ୍ୟ ହେଉଛି ଶରୀରରୁ ବିଷାକ୍ତ ପଦାର୍ଥ ବାହାର କରିବା, ଖାଦ୍ୟରୁ ପୁଷ୍ଟିକର ତତ୍ତ୍ୱ ପ୍ରକ୍ରିୟାକରଣ କରିବା ଏବଂ ରକ୍ତ ଜମାଟ ବାନ୍ଧିବାରେ ସାହାଯ୍ୟ କରୁଥିବା ପ୍ରୋଟିନ୍ ତିଆରି କରିବା । ସିରୋସିସ୍ ହେଲେ ଏହି ସବୁ କାର୍ଯ୍ୟରେ ବାଧା ସୃଷ୍ଟି ହୁଏ। ରୋଗ ଆରମ୍ଭରେ କୌଣସି ଲକ୍ଷଣ ଦେଖାଯାଏ ନାହିଁ, କିନ୍ତୁ ଯକୃତର ୯୦ ପ୍ରତିଶତ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ହେବା ପରେ ଏହାର ଲକ୍ଷଣ ଜଣାପଡ଼ିଥାଏ । ଅତ୍ୟଧିକ ମଦ୍ୟପାନ ଅନେକ ବର୍ଷ ଧରି ଅତ୍ୟଧିକ ମଦ୍ୟପାନ କରିବା ଲିଭର ସିରୋସିସର ଏକ ମୁଖ୍ୟ କାରଣ।
📱 Get Argus News App
✨Related Topics
Explore more stories