Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / କ'ଣ ରହିଛି ଆଜି ଆପଣଙ୍କ ରାଶିରେ, କେମିତି କଟିବ ଦିନ ଜାଣନ୍ତୁ...

Rashmita Mishra
Browse all articles by Rashmita Mishra
·4 months ago·4 min read
କ'ଣ ରହିଛି ଆଜି ଆପଣଙ୍କ ରାଶିରେ, କେମିତି କଟିବ ଦିନ ଜାଣନ୍ତୁ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ଆଜି ଆପଣଙ୍କର କୌଣସି କାମ ଅଟକିବ ନାହିଁ ଏବଂ ବିଭିନ୍ନ ଦିଗରୁ ଶୁଭ ଫଳ ଲାଭ କରିବା ସହ ଅନୁକୂଳ ବାତାବରଣରୁ ଖୁସି ରହିବେ । ପୈତୃକ ସମ୍ପତି ପାରିବାରିକ ଦ୍ୱନ୍ଦର ସମାଧାନ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତି ପାଇବେ । ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ବ୍ୟବସାୟ ସମ୍ପର୍କିତ ସମସ୍ୟା ଦୂର ହୋଇଯିବ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଏକାଧିକ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ଆଗାମୀ ସମୟକୁ ଆଖିଆଗରେ ରଖି କାମ କରନ୍ତୁ, ସବୁକିଛି ଠିକ୍ ହୋଇଯିବ । ଅବିବାହିତଙ୍କ ପାଇଁ ଘରକୁ ବନ୍ଧୁ ଆସିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

କର୍କଟ-
ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଛାତ୍ର ଛାତ୍ରୀ ମାନେ ମୈଳିକ ବୁ୍‌ଦ୍ଧିର ଉପଯୋଗ କରିବେ । ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ

ସିଂହ-
ଅନ୍ୟମାନଙ୍କୁ ସାହାଯ୍ୟ କରିବେ ପ୍ରତିଦାନରେ ସମାଲୋଚନା ବ୍ୟତୀତ କିଛି ପାଇ ପାରିବେ ନାହିଁ । ପାରିବାରିକ ସମସ୍ୟା ବିଷୟରେ ସବୁ ଜାଣିଶୁଣି ନୀରବ ନ ରହି ସମାଧାନର ବାଟ ଖୋଜିବେ । କୌଣସି ନୂତନ ଯୋଜନା କିମ୍ବା ଦୂରଯାତ୍ରା ସକାଶେ ମନ ବଳାଇପାରନ୍ତି । କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । ଚାକିରୀରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇଯାଆନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଆଜି ବନ୍ଧୁମାନଙ୍କ ସାହାଯ୍ୟରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ନୂତନ ଯାନବାହନ ଓ ଜମି କିଣି ପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ବେଶ୍ ଲାଭବାନ୍ ହେବେ । ନିଜ ଅବହେଳା ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଆଶଙ୍କା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
କର୍ମକ୍ଷେତ୍ରକୁ ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟି ହୋଇପାରେ । ପିଲାମାନେ ପଢାରେ ମନ ଦେବେ । ଅଫିସ୍ ରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଆଜିର ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଉଚ୍ଚ ଆଶା ସଫଳ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପାଣିରେ ହଳଦୀ ଟିକେ ମିଶାଇ ଗାଧାନ୍ତୁ ।

ମକର-
ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନ ନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଯେତେ ପ୍ରତିବନ୍ଧକ ଆସିଲେ ମଧ୍ୟ ଦୃଢ଼ତାର ସହ କାମ ହାସଲ କରିବାରେ ସମର୍ଥ ହେବେ। ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବ । ପଢା କ୍ଷେତ୍ରରେ ପିଲାମାନେ ସୁନାମ ଅର୍ଜନ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

ମୀନ-
ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । କାର‌୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Horoscope Today: What’s in Store for Your Zodiac Sign? | Argus News