Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ...

Rashmita Mishra
Browse all articles by Rashmita Mishra
·4 months ago·4 min read
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ ।
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କର୍ମ କ୍ଷେତ୍ରରେ ସାମାନ୍ୟ ବାଧା ଉପୁଜିଲେ ମଧ୍ୟ କାମ ଅଟକିବ ନାହିଁ। ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ । କୌଣସି ଶୁଭ ଖବର କିମ୍ବା ମୂଲ୍ୟବାନ୍ ଜିନିଷ ପ୍ରାପ୍ତିରେ ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ
ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । କାର‌୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି । ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ-
ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପରିବାରରେ ହସଖୁସିର ବାତାବରଣ ରହିବ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ମନ୍ଥର ଗତିରେ ଆଜିର କାମଗୁଡ଼ିକ ସମାଧାନ ହୋଇପାରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ପଢନ୍ତୁ ସମ୍ପୂର୍ଣ: କ'ଣ ରହିଛି ଆଜି ଆପଣଙ୍କ ରାଶିରେ, କେମିତି କଟିବ ଦିନ ଜାଣନ୍ତୁ...

ତୁଳା-
କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
କର୍ମ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ ଏବଂ ସାଂସାରିକ ଜୀବନ ସୁଖମୟ ହେବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ । ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | These Zodiac Signs Should Stay Alert While Stepping Out | Argus News