Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇପାରନ୍ତି

Santosh Kumar Sahoo
Browse all articles by Santosh Kumar Sahoo
·5 months ago·3 min read
ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇପାରନ୍ତି
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ

ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପାଖରେ ପଇସାର ଅଭାବ ଦେଖାଯାଇପାରେ । ବେପାର ବୃତ୍ତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଠ ପୋଷକତା ଲାଭ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର- ପିମ୍ପୁଡିକୁ ମଇଦା ଖାଇବାକୁ ଦିଅନ୍ତୁ

ମିଥୁନ

ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ । ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ରାଜନୀତିରେ ଥିବା ବ୍ୟକ୍ତିମାନେ ସଫଳତା ପାଇବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ

ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ

ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କନ୍ୟା

ଜୀବନସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ବାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାଇ ଘରୁ ବାହାରନ୍ତୁ

ତୁଳା

ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା

ଶାରୀରିକ ସମସ୍ୟାକୁ ଅଣଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟଜନିତ ନାନା ସମସ୍ୟା ବଢିପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର୍ଯ୍ୟରୁ ପ୍ରଂଶସିତ ହୋଇପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳାମାନେ ସହନଶୀଳତା ଜାଗ୍ରତ କରିବେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର -ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଧନୁ

ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନି । ଚାକିରିରେ କିଛି ପରିବର୍ତ୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର

ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ରାଜନୀତିରେ ଆଗକୁ ଯିବେ । କୃଷିକ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ଅଧିକ ହେବାର ଅଛି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର -ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ

ଆପଣ କାନ୍ଧରେ ଆଘାତ ପାଇ ପାରନ୍ତି । ରପ୍ତାନି କାରବାର ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ

ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି। କୋର୍ଟ ମାମଲାରେ ବିଜୟ ଲାଭ କରିବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର - ବ୍ରାହ୍ମଣକୁ ପୋଷାକ ଦାନ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored