Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ଦିନରେ କଣ କହୁଛି ଆପଣଙ୍କ ରାଶି ଫଳ

Horoscope

ଆଜିର ଦିନରେ କଣ କହୁଛି ଆପଣଙ୍କ ରାଶି ଫଳ

Rashmita Mishra
Browse all articles by Rashmita Mishra
·10 months ago·3 min read
ଆଜିର ଦିନରେ କଣ କହୁଛି ଆପଣଙ୍କ ରାଶି ଫଳ

Key Points

ବୃଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ

ମେଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ

ମିଥୁନ ରାଶି ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ମେଷ-ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ । ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-ନିଜ କାର‌୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ଜମିରେ ନିବେଶ ପାଇଁ ଶୁଭ ରହିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ତୁଳା-ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିରେ କୈାଣସି ଗୋଟେ ବଡ ପଦବୀ ଯାଇପାରେ । ମହିଳା ମାନେ ଧର୍ମପରାୟଣ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ । ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ଛୋଟ ଛୋଟ କଥାର ଅଣଦେଖା ନ କରିବା ଭଲ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମୀନ-
ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମସପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
what-does-your-horoscope-say-today | Argus News