Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍ ଘୋଷଣା କରିଛନ୍ତି ଟ୍ରମ୍ପ

International

ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍ ଘୋଷଣା କରିଛନ୍ତି ଟ୍ରମ୍ପ

Ritu Das
Browse all articles by Ritu Das
·11 months ago·1 min read
ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍ ଘୋଷଣା କରିଛନ୍ତି ଟ୍ରମ୍ପ

Key Points

ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍ ଘୋଷଣା କରିଛନ୍ତି ଟ୍ରମ୍ପ

କିଛି ଦିନ ପୂର୍ବରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇଥିଲେ

ପରେ ଏହାକୁ ୭ ଦିନ ପାଇଁ ବୃଦ୍ଧି କରାଯାଇଥିଲା।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍ ଘୋଷଣା କରିଛନ୍ତି। କିଛି ଦିନ ପୂର୍ବରୁ ଟ୍ରମ୍ପ ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇଥିଲେ। ଏବେ ଭାରତ ଉପରେ ମୋଟ ଆମେରିକା ଶୁଳ୍କ ୫୦ ପ୍ରତିଶତକୁ ବୃଦ୍ଧି ପାଇଛି । ୨୪ ଘଣ୍ଟା ପୂର୍ବରୁ ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଥିଲେ। ଏହି ଶୁଳ୍କ ଚଳିତ ମାସ ୨୭ ଅଗଷ୍ଟରୁ କାର୍ଯ୍ୟକାରୀ ହେବ।


ପୂର୍ବରୁ ଟ୍ରମ୍ପ ଜୁଲାଇ ୩୦ରେ ୨୫ ପ୍ରତିଶତ ଶୁଳ୍କ ଘୋଷଣା କରିଥିଲେ। ପରେ ଏହାକୁ ୭ ଦିନ ପାଇଁ ବୃଦ୍ଧି କରାଯାଇଥିଲା। ଏହା ପରେ ୭ ଜୁଲାଇ ପୂର୍ବରୁ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଘୋଷଣା କରାଯାଇଛି। ଏହାର ଅର୍ଥ ହେଉଛି ଭାରତ ଉପରେ ଆମେରିକା ଦ୍ୱାରା ଲାଗୁ କରାଯାଇଥିବା ଶୁଳ୍କ ୫୦ ପ୍ରତିଶତ ହୋଇଯାଇଛି। ଅର୍ଥାତ ଭାରତରୁ ଆମେରିକାକୁ ଯାଉଥିବା ସାମଗ୍ରୀ ଉପରେ ୫୦ ପ୍ରତିଶତ ଆମଦାନୀ ଶୁଳ୍କ ଲାଗୁ ହେବ। ଏନେଇ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏହାକୁ ଅନାବଶ୍ୟକ, ଆକାରଣ ଓ ଅନ୍ୟାୟ ବୋଲି ଦର୍ଶାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
trump-announces-additional-25-percent-tariff-on-india | Argus News