West Bengal / ପଶ୍ଚିମବଙ୍ଗ ଦୁର୍ଗାପୁର ଗସ୍ତରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ୩ ଜଣିଆ ଟିମ୍

Key Points
ପଶ୍ଚିମବଙ୍ଗ ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
ପୀଡିତା ପରିବାର ସହ ଭେଟିଲେ ରାଜ୍ୟ ମହିଳା କମିଶନ ଟିମ୍
ଅଭିଯୁକ୍ତମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି ମହିଳା କମିଶନର
ପଶ୍ଚିମବଙ୍ଗ ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ କିଛି ଶୁଣୁନି ପଶ୍ଚିମବଙ୍ଗ ମହିଳା କମିଶନ । ଇମେଲ୍ କରି ଅଭିଯୋଗ ଜଣାଇଲା ରାଜ୍ୟ ମହିଳା କମିଶନ । ଦୁର୍ଗାପୁର ଘଟଣାରେ ରାଜ୍ୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ।
ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି କହିଛନ୍ତି, ପଶ୍ଚିମବଙ୍ଗରେ ଓଡ଼ିଆ ଝିଅଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଁ ପଶ୍ଚିମବଙ୍ଗ ମହିଳା କମିଶନଙ୍କ ସହ କଥା ହେବାକୁ ଚେଷ୍ଟା କରିଛି । ହେଲେ ସେ ବ୍ୟସ୍ତ ଥିବା କହି କଥା ହୋଇନାହାନ୍ତି । ରବିବାର ରାଜ୍ୟ ପୋଲିସ ଡିଜିଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଛି । ପଶ୍ଚିମବଙ୍ଗ ମହିଳା କମିଶନଙ୍କୁ ଇମେଲ୍ କରାଯାଇଛି । ପୀଡିତାଙ୍କ ବାପାଙ୍କ ସହ କଥା ହୋଇଛି । ତିନି ଜଣ ଦୁର୍ବୃତ୍ତ ତାଙ୍କୁ ଗଣଦୁଷ୍କର୍ମ କଲେ, ଏହା ବର୍ବର ଘଟଣା । ଏଭଳି ଘଟଣା ଦୁଃଖଦାୟକ । ରବିବାର ବାଲେଶ୍ୱର ଏଡ଼ିଏମ୍ ନେତୃତ୍ୱରେ ଏକ ଟିମ୍ ପଠାଯାଇଛି । ଘଟଣାର ୩୬ ଘଣ୍ଟା ପରେ ମାତ୍ର ୩ ଜଣ ଗିରଫ ହୋଇଛନ୍ତି । ଆଉ ୨ ଜଣ ଏବେବି ଫେରାର ଅଛନ୍ତି । ପଶ୍ଚିମବଙ୍ଗ ସରକାରର ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଲା ।
ସେଥି ପାଇଁ ପଶ୍ଚିମବଙ୍ଗ ଦୁର୍ଗାପୁର ଗସ୍ତରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ୩ ଜଣିଆ ଟିମ୍ । ପୀଡିତା ପରିବାର ସହିତ କଥା ହୋଇଛନ୍ତି ମହିଳା କମିଶନ । କଲିକତା ପୋଲିସ ଓ ପରିବାର ଲୋକଙ୍କ ସହ ଲଗାତାର କଥାବାର୍ତ୍ତା ଚାଲିଛି । ସେଠାରେ ପହଁଞ୍ଚି ପୀଡିତାଙ୍କୁ ଭେଟିବା ସହ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବେ । ଆବଶ୍ୟକ ପଡିଲେ ମହିଳା କମିଶନ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗ କରି ଆବଶ୍ୟକ ତା ଅନୁଯାୟୀ ସୁବିଧା ଯୋଗାଇବା ନେଇ ସୂଚନା ଦେଇଛନ୍ତି ମହିଳା କମିଶନର ଶୋଭନା ମହାନ୍ତି ।
ସୂଚନାନୁଯାୟୀ ଗତ ୧୦ ତାରିଖ ରାତି ସାଢ଼େ ୮ ସମୟରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ପୁରୁଷବନ୍ଧୁ ତାଙ୍କୁ କଲେଜ ଫାଟକ ନିକଟରେ ଥିବା ଷ୍ଟଲ୍କୁ ଗୁପ୍ ଚୁପ୍ ଖାଇବାକୁ ଡାକିଥିଲେ । ଏହାପରେ, ପୁରୁଷବନ୍ଧୁ ଜଣକ ତାଙ୍କୁ ଆଗକୁ ଆଉ କିଛି ବାଟ ଯିବା ପାଇଁ କହିଥିଲେ । ଉଭୟ କଲେଜକୁ ସଂଯୋଗ କରୁଥିବା ଜଙ୍ଗଲ ରାସ୍ତାରେ ୩ଶହ ମିଟର ଚାଲିଚାଲି ଯାଇଥିଲେ । ଏହି ସମୟରେ କିଛି ଯୁବକ ସେମାନଙ୍କ ପିଛା କରୁଥିଲେ । ହଠାତ୍ ପୁରୁଷବନ୍ଧୁ ଜଣକ ଜଙ୍ଗଲ ଭିତରକୁ ଦୌଡ଼ି ପଳାଇଥିଲେ । ଏହି ସମୟରେ ପିଛା କରୁଥିବା ଯୁବକମାନେ ପୀଡ଼ିତାଙ୍କୁ ଘଞ୍ଚ ଜଙ୍ଗଲ ଭିତରକୁ ଟେକିନେଇ ଦୁଷ୍କର୍ମ କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ପୀଡ଼ିତାଙ୍କୁ ମେଡିକାଲ କଲେଜ ଆଇସିୟୁରେ ଭର୍ତ୍ତି କରାଯାଇଛି ।
📱 Get Argus News App
✨ଅଧିକ ପଢ଼ନ୍ତୁ : ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ଧରାପଡ଼ିଲେଣି ୩ ଅଭିଯୁକ୍ତ ଏବେ ବି ଦୁଇ ଫେରାର
ଘଟଣାସ୍ଥଳରେ ଦୁର୍ଗାପୁର ପୋଲିସ ପହଞ୍ଚି ତଦନ୍ତ କରୁଛି । ପୋଲିସ ଘଟଣାସ୍ଥଳରୁ ବିଭିନ୍ନ ନମୁନା ସଂଗ୍ରହ କରିବା ସହ ସେହି ଅଞ୍ଚଳର ଭିଡିଓଗ୍ରାଫି କରିଛି । ପୋଲିସ ମେଡିକାଲ କଲେଜର କର୍ମଚାରୀ ଏବଂ ପୀଡ଼ିତାଙ୍କ ପୁରୁଷବନ୍ଧୁ ସମେତ ଅନ୍ୟ ବ୍ୟକ୍ତିଙ୍କୁ ପଚରାଉଚରା କରିଛି । ଆଉ ଏବେ ପୋଲିସ ଘଟଣାରେ ତିନି ଜଣଙ୍କୁ ଗିରଫ କରିଛି । ପୀଡ଼ିତା ମାନସିକ ଓ ଶାରୀରିକ ଭାବେ ଆଘାତ ପାଇଥିବାରୁ ସେ ସାମାନ୍ୟ ସୁସ୍ଥ ଅନୁଭବ କଲାପରେ ବୟାନ ରେକର୍ଡ କରାଯିବ ବୋଲି ପଶ୍ଚିମବଙ୍ଗ ପୋଲିସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ପଶ୍ଚିମବଙ୍ଗ ସରକାର ଏହି ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଏକ ୯ ଜଣିଆ ସ୍ପେଶାଲ ଇନଭେଷ୍ଟିଗେସନ୍ ଟିମ୍ ଗଠନ କରିଛନ୍ତି । ଛାତ୍ରୀଙ୍କ ବାପା-ମା’ ଦୁର୍ଗାପୁରରେ ପହଞ୍ଚି ଝିଅ ପାଖରେ ରହିଛନ୍ତି । ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ନିନ୍ଦା କରିଛନ୍ତି ।
ସେପଟେ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କ ବାପାଙ୍କ ସହ ଫୋନ୍ ଯୋଗେ କଥା ହୋଇ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ । ଏହି ଖବର ଶୁଣି ମୁଁ ମର୍ମାହତ । ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତ ମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟରେ ଦୃଢ଼ ଦାବି ଜଣାଉଛି । ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ।
Related Topics
Explore more stories