Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Weather Alert / ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା!

Ritu Das
Browse all articles by Ritu Das
·8 months ago·2 min read
ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା!

Key Points

ତୀବ୍ର ଅବପାତ/ଛୋଟ ଧରଣର ବାତ୍ୟା ହେବାର ସମ୍ଭାବନା ଥିବା ବେଳେ ଏହା କେନ୍ଦ୍ରୀୟ ଆନ୍ଧ୍ରପ୍ରଦେଶ କିମ୍ବା ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ସ୍ଥଳଭାଗ ଅତିକ୍ରମ କରିପାରେ।
ତୀବ୍ର ଅବପାତ/ଛୋଟ ଧରଣର ବାତ୍ୟା ହେବାର ସମ୍ଭାବନା ଥିବା ବେଳେ ଏହା କେନ୍ଦ୍ରୀୟ ଆନ୍ଧ୍ରପ୍ରଦେଶ କିମ୍ବା ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ସ୍ଥଳଭାଗ ଅତିକ୍ରମ କରିପାରେ। ଏହାର ସିଧାସଳଖ ପ୍ରଭାବ ରାଜ୍ୟ ଉପରେ ପଡ଼ିବ ନାହିଁ। ତେବେ ଓଡ଼ିଶାରେ ୨୭ରୁ ୨୯ ଅକ୍ଟୋବର କେବଳ ବର୍ଷା ହେବାର ସମ୍ଭାବନା ରହିଛି।


ଏହାସହ ପଢ଼ନ୍ତୁ: ସୃଷ୍ଟି ହେଲା ଲଘୁଚାପ: ଆଗାମୀ ୫ ଦିନ ଯାଏ ବିଜୁଳି ଘଡଘଡି ସହ ବର୍ଷା

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ । ଫଳରେ ଆଗାମୀ ୫ ଦିନ ଯାଏ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ । ଆଜି ପାଇଁ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ରାୟଗଡା, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଓ ଖୋର୍ଦ୍ଧା ଏହି ୧୧ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୫ ତାରିଖରୁ ବର୍ଷାର ବିସ୍ତୃତି ବଢିବା ସହ ବର୍ଷା ସମୟରେ ୩୦ରୁ ୪୦ କିମି ଝଟକା ପବନ ବହିପାରେ । ୨୬ ତାରିଖ ବେଳକୁ ଦ୍ବିତୀୟ ଓ ୨୯ ତାରିଖ ବେଳକୁ ହେବ ତୃତୀୟ ଲଘୁଚାପ । ଦ୍ବିତୀୟ ଅପେକ୍ଷା ତୃତୀୟଟି ଅଧିକ ଶକ୍ତିଶାଳୀ ହେବା ଭଳି ଜଣାପଡୁଛି ।

ତେବେ ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନଥିବା ବେଳେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଏହି ୧୧ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରୁ ବର୍ଷାର ବିସ୍ତୃତି ବଢିବା ସହ ବର୍ଷା ସମୟରେ ୩୦ରୁ ୪୦ କିଲୋମିଟର ଝଟକା ପବନ ବହିପାରେ । ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବାବେଳେ କଳାହାଣ୍ଡି ଭବାନୀପାଟଣାରେ ସର୍ବାଧିକ ୧୮ ମିମି ବର୍ଷା ରେକର୍ଡ ହୋଇଛି ।

ସେପଟେ ମାସ ଶେଷ ବେଳକୁ ଓଡ଼ିଶାରେ ହେବ କି ବାତ୍ୟା ? ପୂର୍ବରୁ ବାତ୍ୟାକୁ ନେଇ ଆମେରିକୀୟ ପାଣିପାଗ ସଂସ୍ଥା GFS ମଡେଲ ଆକଳନ କରିଥିଲା । ଆଉ ଏବେ ପାଣିପାଗ ବିଜ୍ଞାନୀ ଡକ୍ଟର ଶରତ ସାହୁଙ୍କ ଆକଳନ, ଅକ୍ଟୋବର ଶେଷ ଆଡ଼କୁ ଆସିପାରେ ସାଇକ୍ଲୋନ । ଶୁକ୍ରବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏବେର ଲଘୁଚାପ ସହ ପଛକୁ ପଛ ଆହୁରି ୨ଟି ଲଘୁଚାପ ଆସୁଛି । ଶେଷ ଲଘୁଚାପଟି ଅଧିକ ଶକ୍ତିଶାଳୀ ହେବ।

୨୬ ତାରିଖ ବେଳକୁ ଦ୍ବିତୀୟ ଓ ୨୯ ବେଳକୁ ତୃତୀୟ ଲଘୁଚାପ ସୃଷ୍ଟି ହେବ । ଦ୍ବିତୀୟ ଅପେକ୍ଷା ତୃତୀୟଟି ଅଧିକ ଶକ୍ତିଶାଳୀ ହେବା ଭଳି ଜଣାପଡୁଛି । ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଛି ଓ ଉତ୍ତର-ପୂର୍ବ ମୌସୁମୀ ଶକ୍ତିଶାଳୀ ହେଉଛି । ତେଣୁ ଅକ୍ଟୋବର ହିଁ ଲଘୁଚାପକୁ ବାତ୍ୟାରେ ପରିଣତ କରାଇବାର ପ୍ରକୃଷ୍ଟ ସମୟ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଡକ୍ଟର ଶରତ ସାହୁ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored