Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Heavy Rain Forecast For Coastal Odisha / ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ୧୧ ଯାଏ ପ୍ରବଳ ବର୍ଷାର ସମ୍ଭାବନା

Ritu Das
Browse all articles by Ritu Das
·9 months ago·2 min read
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ୧୧ ଯାଏ ପ୍ରବଳ ବର୍ଷାର ସମ୍ଭାବନା

Key Points

ଗୁରୁବାର ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଗୁରୁବାର ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୯ରୁ ୧୧ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି। ରାଜଧାନୀ ଭୁବନେଶ୍ଵରରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି; ରାସ୍ତାରେ ପାଣି ପାଇଁ ଅସମ୍ଭାଳ ଟ୍ରାଫିକ୍


ଏଥିସହ ପଢ଼ନ୍ତୁ:ସମୟ ଗଡ଼ୁଛି...ସସପେନ୍ସ ବଢ଼ୁଛି, ପୀତବାସଙ୍କ ମର୍ଡର ମିଷ୍ଟ୍ରି ପଛର କାରଣ ଖୋଜୁଛି ପୋଲିସ


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିଭଳି ୧୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ପ୍ରଭାବରେ ଶୁକ୍ରବାର ଗଞ୍ଜାମ ଓ ଗଜପତିରେ ଭାରୀ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି।


ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ରେ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବୁଧବାର ଭୁବନେଶ୍ୱରରେ ସର୍ବାଧିକ ୪୦.୯ ମିମି ବର୍ଷା ହୋଇଛି। ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟାହ୍ନରୁ ନେଇ ଅପରାହ୍ନ ଯାଏ ଘନଘନ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଛି।

Sponsored
Heavy Rain Forecast For Coastal Odisha: Low Pressure Forms Over Bay of Bengal, Heavy Rain Likely Till October 11 | Argus News | Argus News