Odisha Politics / BJDକୁ ଧୋଇଲେ ସନା, କହିଲେ ଶହ ଶହ କୋଟି ନେଲେ କିନ୍ତୁ କିଛି ଦେଲେନି !

Key Points
ଅର୍ଥର ଅଭାବ ନାହିଁ କାରଣ, ଏହି ଉନ୍ନତିକରଣ କାର୍ଯ୍ୟ ମା’ଙ୍କ ଆଶୀର୍ବାଦରେ ହେଉଛି ।
ଆଉ ଭଲ ନାହିଁ ବିଜେଡି ସ୍ଥିତି । ପୁଣି ଜଣେ ବରିଷ୍ଠ ନେତା କଲେ ବିଜେଡିକୁ ଟାର୍ଗେଟ୍ । ସେଇ ବିଜେଡି ନେତା ହିଁ ବୁଡ଼ାଇ ଦେବେ ବିଜେଡିକୁ । ଏଥର ମୁହଁ ଖୋଲିଛନ୍ତି ସନାତନ ମହାକୁଡ଼ । ସେ ସିଧା ସିଧା କହିଛନ୍ତି ବିଜେଡି ଯେଉଁଠୁ ଶହ ଶହ କୋଟି ନେଇଥିଲା, ସେଇଠାର ଆରାଧ୍ୟ ଠାକୁରାଣୀ, ମା ତାରିଣୀଙ୍କ ପାଇଁ ଦେଇଥିଲା ମାତ୍ର ୫୦ କୋଟି । କିନ୍ତୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଇଛନ୍ତି ବଡ଼ ଉପହାର । ସେ ମା' ତାରିଣୀଙ୍କ ପୀଠର ଉନ୍ନତି ପାଇଁ ଅଜାଡ଼ି ଦେଇଛନ୍ତି ଅଜସ୍ର ଅନୁଦାନ ।
ସୂଚନାଯୋଗ୍ୟ ଯେ ସମୁଦାୟ ୩୧୩ କୋଟି ଟଙ୍କା ବ୍ୟୟ ବରାଦରେ ଆଜି ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି ଏବଂ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଉନ୍ନତିକରଣ କାର୍ଯ୍ୟ ସମାପ୍ତ ହେବ ବୋଲି ସମୟସୀମା ଧାର୍ଯ୍ୟ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି ତାଙ୍କ ଅଠରମାସ ତଳର ପରିକଳ୍ପନା ଆଜି ସାକାର ରୂପ ନେଇଥିବାରୁ ସେ ଭାବବିହ୍ୱଳ ହୋଇ ପଡ଼ିଥିଲେ ଏବଂ କହିଥିଲେ ଯେ, ମା’ ତାରିଣୀଙ୍କ ପୀଠକୁ ଏକ ବିଶ୍ଵସ୍ତରୀୟ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳୀ ଭାବେ ଗଢି ତୋଳିବାକୁ ସରକାର ସମସ୍ତ କାର୍ଯ୍ୟ କରିବେ ।
ମା’ଙ୍କ ପୀଠର ଉନ୍ନତିକରଣ ପାଇଁ କୌଣସି ବାଧା ବାଧକ ସାଜିବ ନାହିଁ । ଅର୍ଥର ଅଭାବ ନାହିଁ କାରଣ, ଏହି ଉନ୍ନତିକରଣ କାର୍ଯ୍ୟ ମା’ଙ୍କ ଆଶୀର୍ବାଦରେ ହେଉଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ବିକ ବିକାଶ ପାଇଁ ମଂଜୁର ହୋଇଥିବା ୩୧୩ କୋଟି ଟଙ୍କା ଏକ ବର୍ଷ ମଧ୍ୟରେ ଖର୍ଚ୍ଚ ହେବ ଆଉ ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଅଂଚଳରେ ସମସ୍ତ ତୀର୍ଥଯାତ୍ରୀ ସୁବିଧା ଉପଲବ୍ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏଥିସହିତ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେଯେ ଆଉ ଅଧିକ ବ୍ୟୟ ଏହି ପ୍ରକଳ୍ପ ସହିତ ଯୋଡ଼ା ଯାଇ ମନ୍ଦିରର ଦେହୁରୀ ମାନଙ୍କ ସୁବିଧା ନିମନ୍ତେ ରହିବା ଗୃହ ମଧ୍ୟ ନିର୍ମାଣ ହେବ । ପୂର୍ତ୍ତ ବିଭାଗ ଏଥି ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏବଂ ଜିଲ୍ଲାପାଳଙ୍କୁ ଡିପିଆର ମଧ୍ୟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ସୂଚନା ଥାଉକି, ପ୍ରାୟ ୬୦ ଏକର ଜମିରେ ପରିବ୍ୟାପ୍ତ ହେବାକୁ ଥିବା ଏହି ଉନ୍ନତିକରଣ କାର୍ଯ୍ୟରେ ୨୧୬ ଶଯ୍ୟା ବିଶିଷ୍ଟ ଯାତ୍ରୀ ନିବାସ, ତୀର୍ଥଯାତ୍ରୀ କେନ୍ଦ୍ର, ବ୍ୟାଖ୍ୟାନ କେନ୍ଦ୍ର, ଖାଦ୍ୟ ପ୍ଲାଜା, ୱାଚ ଟାୱାର, ମାର୍କେଟ୍ କମ୍ପ୍ଲେକ୍ସ, ନଡ଼ିଆ ଗୋଦାମ ଏବଂ ୫୦୦ ଜଣଙ୍କ ପାଇଁ ବିଶାଳ ପ୍ରସାଦ ସେବନ ହଲ୍, ଶୌଚାଳୟ ବ୍ଲକ, ପୋଷାକ କୋଠରୀ, ଜୋତା ଷ୍ଟାଣ୍ଡ, ଟିକେଟ କାଉଣ୍ଟର, ହାତ-ପାଦ ଧୋଇବା ସ୍ଥାନ ଏବଂ ଡ୍ରାଇଭରମାନଙ୍କ ପାଇଁ ରେଷ୍ଟରୁମ ନିର୍ମାଣ ହେବ। ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାର ଉନ୍ନତିକରଣ, ପାର୍କିଂ, ଚାରିଟି ପୁଷ୍କରିଣୀର ସୋନ୍ଦର୍ଯ୍ୟକରଣ ଆଦି ଅନେକ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।
📱 Get Argus News App
✨Related Topics
Explore more stories