Deoranjan Singh / ଉନ୍ନୟନ କମିଶନର ଭାବେ ଦାୟିତ୍ୱ ନେଲେ ବରିଷ୍ଠ IAS ଅଫିସର ଦେଓରଞ୍ଜନ ସିଂ

Key Points
ଉନ୍ନୟନ କମିଶନର ଭାବେ ଦାୟିତ୍ଵ ନେଲେ ଦେଓରଞ୍ଜନ ସିଂ ।
ବରିଷ୍ଠ ଆଇଏଏସ ଅଧିକାରୀ ଦେଓରଞ୍ଜନ ସିଂଙ୍କୁ ନୂଆ ଦାୟିତ୍ଵ ।
ଉନ୍ନୟନ କମିଶନର ଭାବେ ଦାୟିତ୍ଵ ନେଲେ ବରିଷ୍ଠ ଆଇଏଏସ ଅଧିକାରୀ ଦେଓରଞ୍ଜନ ସିଂ। ମୁଖ୍ୟ ଶାସନ ସଚିବ ଭାବରେ ଅନୁ ଗର୍ଗ ଦାୟିତ୍ଵ ନେବା ପରେ ରାଜ୍ୟ ସରକାର ଉନ୍ନୟନ କମିଶନର ଭାବେ ଦେଓରଞ୍ଜନ ସିଂଙ୍କୁ ଦାୟିତ୍ଵ ଦେଇଛନ୍ତି । ଗୁରୁବାର ରାଜ୍ୟର ବରିଷ୍ଠ IAS ଅଫିସର ସ୍ତରରେ ଅଦଳବଦଳ ହୋଇଥିଲା ।
ସୂଚନାନୁଯାୟୀ ନୂତନ ଉନ୍ନୟନ କମିସନର ଭାବେ ଦାୟିତ୍ଵ ଗ୍ରହଣ କଲେ ଦେଓରଞ୍ଜନ କୁମାର ସିଂହ । ପୂର୍ବରୁ ଅନୁ ଗର୍ଗ ଉନ୍ନୟନ କମିସନର ଭାବେ କାର୍ଯ୍ୟ କରୁଥିଲେ। ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ନେବା ପରେ ସେହି ପଦବୀ ଖାଲିପଡ଼ିଥିଲା । ୧୯୯୩ ବ୍ୟାଚ ଆଇଏଏସ୍ ଅଧିକାରୀ ଦେଓରଞ୍ଜନ କୁମାର ସିଂହଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ଦିଆଯାଇଛି । ସେ ଯୋଜନା ଓ ସଂଯୋଜନ ବିଭାଗ ସହ ରାଜସ୍ଵ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ସମ୍ଭାଳିବେ।
ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି । ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଦିଗରେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି । ଏପଟେ ୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ତଥା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ରାଜସ୍ଵ ସଦସ୍ୟ ଭାବେ ନିଯୁକ୍ତି ମିଳିଛି । ଶ୍ରୀ ସାହୁଙ୍କ ବ୍ୟାଚର ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ହେଲା ପରେ ଶ୍ରୀ ସାହୁଙ୍କୁ ଲୋକସେବା ଭବନ ବାହାରେ ଦାୟିତ୍ଵ ମିଳିଛି।
ଏଥିସହ ପଢ଼ନ୍ତୁ: କୁହୁଡ଼ି ପାଇଁ ଚିଲିକାରେ ଦିନ ୧୧ଟା ପର୍ଯ୍ୟନ୍ତ ଡଙ୍ଗା ଚଳାଚଳ ବନ୍ଦ
ଏହି ବ୍ୟାଚ୍ର ଆଉ ଦୁଇ ଅଧିକାରୀ ସୌରଭ ଗର୍ଗ ଓ ସଞ୍ଜୟ ରାସ୍ତୋଗୀ ଏବେ କେନ୍ଦ୍ରୀୟ ଡେପୁଟେସନ୍ରେ ଅଛନ୍ତି । ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଗୃହ ବିଭାଗର ଅତିରିକ୍ତ ଦାୟିତ୍ଵ ସମ୍ଭାଳିବେ । ସେ ପୂର୍ବଭଳି ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଇପିକଲ୍ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ଵରେ ରହିବେ।
ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ଵ ଦିଆଯାଇଛି। ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି। ସମବାୟ ବିଭାଗର ଶାସନ ସଚିବ ରାଜେଶ ପ୍ରଭାକର ପାଟିଲଙ୍କୁ ଓସ୍ଡମାର ପରିଚାଳନା ନିର୍ଦ୍ଦେଶକ ଓ ସ୍ଵତନ୍ତ୍ର ରିଲିଫ୍ କମିସନର ଭାବେ ଅତିରିକ୍ତ ଦାୟିତ୍ଵ ଦିଆଯାଇଛି । ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କୁ ଗଜପତି ବଦଳି କରାଯାଇଛି। ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ମଧୁମିତା ରଥଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।
📱 Get Argus News App
✨Related Topics
Explore more stories