Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ମହାପ୍ରଭୁଙ୍କ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି ଅଭିଯୋଗ

Odisha

ମହାପ୍ରଭୁଙ୍କ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି ଅଭିଯୋଗ

Ritu Das
Browse all articles by Ritu Das
·10 months ago·1 min read
ମହାପ୍ରଭୁଙ୍କ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି ଅଭିଯୋଗ

Key Points

ମହାପ୍ରଭୁଙ୍କ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି ଅଭିଯୋଗ

ଶ୍ରୀଜୀଉଙ୍କ ମୋଦକ ଚୋରି

ଗାରଦ ଘରୁ ଚୋରି କରିନେଲେ ଅମୁଣିଆ ମୋଦକ


ଅଣବସରର ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି ହୋଇଯାଇଥିବା ଅଭିଯୋଗ । ଗାରଦ ଘରୁ ଚୋରି କରିନେଲେ ଅମୁଣିଆ ମୋଦକ। ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଚୋରି ଅଭିଯୋଗ ହୋଇଛି । ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ଟି ଅମୁଣିଆ ମୋଦକରୁ ୭୦ଟି କମ୍ ଥିବା ଦେଖିବାକୁ ମିଳିଥିଲା। ଅଣବସର ଏକାଦଶୀରେ ଅର୍ଥାତ ଗତ ୨୧ ତାରିଖ ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବାବେଳେ ୭୦ଟି କମ୍ ଥିବା ଦେଖିବାକୁ ମିଳିଥିଲା।


ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର। ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର କମାଣ୍ଡର , ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
earlier-there-was-an-allegation-of-theft-for-mahaprabhus-dasamula-modak | Argus News