Raseswari Panigrahi / ସନ୍ଧ୍ୟାରେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ, ୭୯ ବର୍ଷରେ ସମ୍ୱଲପୁରରେ ଦେହାନ୍ତ
·4 months ago·1 min read

Key Points
ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ।
ସ୍ନାୟୁଜନିତ ରୋଗରେ ଥିଲେ ପୀଡ଼ିତ।
ସ୍ନାୟୁଜନିତ ରୋଗରେ ଥିଲେ ପୀଡ଼ିତ।
ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ। ସ୍ନାୟୁଜନିତ ରୋଗରେ ଥିଲେ ପୀଡ଼ିତ। ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ। ୭୯ ବର୍ଷ ବସୟରେ ସମ୍ୱଲପୁର ବାସଭବନରେ ଦେହାନ୍ତ ହୋଇଛି । ଆଜି ରାତି ୮ଟା ୫୦ ମିନିଟରେ ତାଙ୍କର ଦେହାନ୍ତ ଘଟିଛି। ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ଥିଲା । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ହସ୍ପିଟାଲରେ ଚିକିତ୍ସା ଚାଲିଥିଲା। ଫୁସଫୁସ ସଂକ୍ରମଣ ଯୋଗୁଁ ତାଙ୍କ ଅବସ୍ଥା ଗୁରୁତର ଥିଲା। ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ଏନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
ପଢ଼ନ୍ତୁ ଏହି ଖବର: ପୂର୍ବତନ ବିଧାୟିକା ରାସେଶ୍ଵରୀ ପାଣିଗ୍ରାହୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ସୂଚନା ଅନୁସାରେ, ଶାନ୍ତିନଗର ସ୍ଥିତ ତାଙ୍କ ନିଜ ଘରେ ବିଶେଷଜ୍ଞ ଡାକ୍ତରଙ୍କ ଦ୍ବାରା ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଥିଲା । ପ୍ରାୟ ଏକବର୍ଷ ହେଲା ସେ ସ୍ନାୟୁଜନିତ ସମସ୍ୟାରେ ପୀଡିତ ରହିଥିବା ବେଳେ ବିଶେଷ ଚଲାବୁଲା କରିପାରୁନଥିଲେ । ଘରେ ରହି ସେ ଚିକିତ୍ସିତ ହେଉଥିଲେ। ସୂଚନା ଯୋଗ୍ଯ ଯେ, ରାସେଶ୍ୱରୀ ପାଣିଗ୍ରାହୀ ଗତ ୨୦୧୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜଣେ ଉତ୍ତମ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଭାବେ କେବଳ ସମ୍ବଲପୁର ନୁହେଁ ବରଂ ସମଗ୍ର ଓଡ଼ିଶାରେ ତାଙ୍କର ସୁନାମ ରହିଛି । ବର୍ତ୍ତମାନ ମଧ୍ୟ ସେ ରୋଗୀଙ୍କୁ ସେବା ଯୋଗାଉଥିଲେ। ବୁର୍ଲାସ୍ଥିତ ତତ୍କାଳୀନ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଚିକିତ୍ସା ଓ ମହା ବିଦ୍ୟାଳୟରେ ଏମ୍ବିବିଏସ୍ ପାଠ ପଢ଼ା ଶେଷ କରି ୧୯୭୨ ମସିହାରେ ଓଡ଼ିଶା ସରକାରଙ୍କ ଅଧିନରେ ଜଣେ ଚିକିତ୍ସକ ଭାବେ ଭାବେ ଚାକିରୀ ଜୀବନ ଆରମ୍ଭ କରିଥିଲ ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories