Weather Update / ବର୍ଷା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

Key Points
କୋରାପୁଟରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୨୮ ଯାଏଁ ଛୁଟି ବାତିଲ
ଜିଲ୍ଲାପାଳଙ୍କ ବିନା ଅନୁମତିରେ କେହି ଛୁଟିରେ ଯାଇପାରିବେନି
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ କୋରାପୁଟ ଜ଼ିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲା ପ୍ରଶାସନ। ଜିଲ୍ଲାପାଳଙ୍କ ବିନା ଅନୁମତିରେ କୌଣସି ଅଧିକାରୀ ଛୁଟିରେ ଯାଇ ପାରିବେ ନାହିଁ। ଲଘୁଚାପ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଆସନ୍ତା ୨୭ ତାରିଖ ଦିନ ଗତି କରିବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ସମସ୍ତ ଅଧିକାରୀଙ୍କୁ ଆଲର୍ଟ ରହିବାକୁ ଜ଼ିଲ୍ଲାପାଳ ନିର୍ଦେଶ ଦେଇଛନ୍ତି। ୨୫ ତାରିଖ ବେଳକୁ ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ, ପୁଣି ୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ। ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ଅଛି। ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
📱 Get Argus News App
✨ସେପଟେ ପ୍ରବଳ ବର୍ଷା ପରେ ହୀରାକୁଦ ଡ୍ୟାମରୁ ଖୋଲିଲା ଆଉ ୪ଟି ଗେଟ୍ । ବର୍ତ୍ତମାନ ମୋଟ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଏବେ ଜଳସ୍ତର ୬୨୯.୯୭ ଫୁଟ୍ ରହିଛି । ଉପର ମୁଣ୍ଡରୁ ସେକେଣ୍ଡ ପ୍ରତି ୨ ଲକ୍ଷ ୫ ହଜାର ୪୨୬ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ସେକେଣ୍ଡ ପ୍ରତି ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।
ପ୍ରବଳ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲା ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଲଗାତାର ବର୍ଷା ଫଳରେ ମାଲକାନଗିରି ଜିଲ୍ଲା ବଣ୍ଡାଘାଟିରେ ଧସିଛି ମାଟି । ଯାହାଫଳରେ ରାସ୍ତାରେ ଯାତାୟାତ ପ୍ରଭାବିତ ହୋଇଛି । ସେହିପରି ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଯାହାଫଳରେ ଯାହାତାୟାତ ପୂରା ଠପ ହୋଇଯାଇଛି ।
Related Topics
Explore more stories