Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Odisha Assembly Session / ଆଜିଠୁ ଆରମ୍ଭ ହେବ ମୌସୁମୀ ଅଧିବେଶନ, ପୋଲିସ ପକ୍ଷରୁ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା

Santosh Kumar Sahoo
Browse all articles by Santosh Kumar Sahoo
·10 months ago·1 min read
ଆଜିଠୁ ଆରମ୍ଭ ହେବ ମୌସୁମୀ ଅଧିବେଶନ, ପୋଲିସ ପକ୍ଷରୁ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା

Key Points

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ । ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କଲା ପୋଲିସ। ନିଜେ ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି।

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ୍ ଡିଜି ନିଜେ ସମସ୍ତ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କାଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ ।


ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ ‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ସେହିପରି ୧୫୦ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବେ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ: ଶ୍ରୀମୟୀଙ୍କୁ ଟାର୍ଗେଟ୍ କରିବାକୁ ଯାଇ ନିଜ ଦଳର ପୋଲ୍ ଖୋଲିଦେଲେ BJD ନେତ୍ରୀ


ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ସେହିପରି ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ ।

Sponsored
Odisha Assembly Session Begins in Odisha with 3-Tier Security | Argus News