Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Police SI Exam Scam / ପୋଲିସ ଏସ୍ଆଇ ପରୀକ୍ଷା ଦୁର୍ନୀତି, ଏଣିକି CBI କରିବ ତଦନ୍ତ

Satyendu Sekhar Mishra
Browse all articles by Satyendu Sekhar Mishra
·8 months ago·1 min read
ପୋଲିସ ଏସ୍ଆଇ ପରୀକ୍ଷା ଦୁର୍ନୀତି, ଏଣିକି CBI କରିବ ତଦନ୍ତ

Key Points

ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।

ପୋଲିସ SI ସ୍କାମ୍‌ ଘଟଣା । CBIକୁ ହସ୍ତାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ । ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ ପାଇଁ CBIକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏଭଳି ବଡ଼ ନିଷ୍ପତ୍ତି ନେଇଛନ୍ତି । ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି । ପୋଲିସ ଓ ଅନ୍ୟାନ୍ୟ ପୋଷାକଧାରୀ କର୍ମଚାରୀ ଚୟନ ପାଇଁ ହେବ ସ୍ଥାୟୀ ଆୟୋଗ ।

ଏହାସହ ପଢ଼ନ୍ତୁ:- ଭାରତୀୟଙ୍କ ଜବରଦସ୍ତି ଯୁଦ୍ଧକୁ ନେଉଛି ଋଷ, ଚାକିରି ଦେବେ କହି ଫସାଉଛନ୍ତି ଏଜେଣ୍ଟ !

ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।

ଏହାସହ ପଢ଼ନ୍ତୁ:- ଫୁଲ ଦମ୍‌ରେ ପ୍ରଚାର ମୈଦାନରେ BJP, ଆଗକୁ ବଢ଼ିପାରୁନି ମହାଗଠବନ୍ଧନ !

ଏସବୁକୁ ଦୃଷ୍ଟିରେ ରଖି, ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀ ମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସି.ବି.ଆଇକୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Police SI Exam Scam | Odisha CM Orders CBI Probe into Police SI Recruitment Scam | Argus News