Diwali Confusion / କେଉଁ ଦିନ ପାଳିବେ ଦୀପାବଳି ? ମୁହାଁମୁହିଁ ମୁକ୍ତିମଣ୍ଡପ ପଣ୍ଡିତ ଓ ଜ୍ୟୋତିର୍ବିଦ
·8 months ago·2 min read

Key Points
୨୦ ନା ୨୧ ତାରିଖ, କେଉଁ ଦିନ ଦୀପାବଳି ?
ମୁହାଁମୁହିଁ ମୁକ୍ତିମଣ୍ଡପ ପଣ୍ଡିତ ଓ ଜ୍ୟୋତିର୍ବିଦ
ପୁଣି ଗୋଟିଏ ପର୍ବ ୨ଟି ତାରିଖକୁ ନେଇ ଦ୍ବନ୍ଦ୍ବ

ରାତି ପାହିଲେ ଆଲୋକର ପର୍ବ ଦୀପାବଳି । ହେଲେ ଏବେ ବି ଏହାକୁ ନେଇ ହଟିନି ଦ୍ବନ୍ଦ୍ବ । କେଉଁଦିନ ଦୀପାବଳି ? ୨୦ ନା ୨୧ ତାରିଖ କେଉଁ ଦିନ ପାଳନ କରିବେ ଦୀପାବଳି ? ମୁକ୍ତିମଣ୍ଡପ ପଣ୍ଡିତ ଓ ଜ୍ୟୋତିର୍ବିଦଙ୍କ ମଧ୍ୟରେ ମତଭେଦ ଜାରି ରହିଛି । ୨୦ ତାରିଖରେ ଦୀପାବଳି ପାଳିବାକୁ ମୁକ୍ତିମଣ୍ଡପ କହିଛି ମୁକ୍ତିମଣ୍ଡପ । ସେହିପରି ଜ୍ୟୋତିର୍ବିଦ କହୁଛନ୍ତି ଯେ ୨୧ ତାରିଖରେ ଦୀପାବଳି ପାଳନ କରିବା ପାଇଁ ।
ଦୀପାବଳି ଅମାବାସ୍ୟାର ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଗତ ୧୫ ତାରିଖରେ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା । ପଣ୍ଡିତ ସଭାର କାର୍ଯ୍ୟକାରୀ ସଭାପତି ଆଦିତ୍ୟ ହୃଦୟ ମିଶ୍ର ଓ ସମ୍ପାଦକ ପ୍ରଫୁଲ ମିଶ୍ର ଓ ଅନେକ ଜ୍ୟୋତିର୍ବିଦ ସୂଚନା ଦେଇଥିଲେ ଯେ ୨୦ ତାରିଖରେ ହିଁ ଦିଆଯିବ ପୟାଶ୍ରାଦ୍ଧ । ସେହିଦିନ ସରକାରୀ ଛୁଟି ଘୋଷଣା ପାଇଁ ମୁକ୍ତିମଣ୍ଡପ ଦାବି କରିଥିଲା । ସରକାର ବି ୨୦ ତାରିଖକୁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ।
ତେବେ ମୁକ୍ତିମଣ୍ଡପ ପଣ୍ଡିତ ଓ ଜ୍ୟୋତିର୍ବିଦଙ୍କ ମଧ୍ୟରେ ମତଭେଦ ଦେଖାଯାଇଛି । ୨୧ ତାରିଖରେ ଦୀପାବଳି ପାଳନ ପାଇଁ କହୁଛନ୍ତି ଜ୍ୟୋତିର୍ବିଦ ପଣ୍ଡିତ ହରିଶଙ୍କର ମିଶ୍ର । ଗୋଟିଏ ପର୍ବର ଦୁଇଟି ତାରିଖ ନେଇ ଦ୍ବନ୍ଦ୍ବ ଦେଖାଯାଇଛି । ୨୧ ତାରିଖରେ ପୟାଶ୍ରାଦ୍ଧ ଓ ଦୀପଦାନ ବୋଲି ଅନେକ ପଞ୍ଜିକାରେ ଉଲ୍ଲେଖ ରହିଛି ।
ସେପଟେ ଦୀପାବଳିକୁ ନେଇ ତାରିଖ ଦ୍ଵନ୍ଦ୍ଵ ଭିତରେ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ଓଡ଼ିଶା ସରକାର । ଦୀପାବଳି ପାଇଁ ସରକାର ଅକ୍ଟୋବର ୨୦ ତାରିଖ ସୋମବାରକୁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି । ଏନେଇ ଓଡ଼ିଶା ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।
ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ବିଜ୍ଞପ୍ତି ଅନୁସାରେ, ସରକାର ପୂର୍ବ ବିଜ୍ଞପ୍ତିରେ ଆଂଶିକ ପରିବର୍ତ୍ତନ କରି ଦୀପାବଳି ପାଇଁ ଅକ୍ଟୋବର ୨୦କୁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି । ୨୦ ତାରିଖ ଅତିରିକ୍ତ ଛୁଟି ନୂଆପଡ଼ା ଜିଲ୍ଲାକୁ ବାଦ୍ ଦେଇ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମ୍ୟାଜେଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) ବନ୍ଦ ରହିବ ।
୨୦ ତାରିଖରେ ଖୋଲି ରହିବ ନୂଆପଡ଼ା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମ୍ୟାଜେଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) । ଏଥିସହ ସରକାର ଅକ୍ଟୋବର ୨୦କୁ ଦୀପାବଳି ପାଇଁ ଅତିରିକ୍ତ ଛୁଟି ଘୋଷଣା କରିଥିବାରୁ ଅକ୍ଟୋବର ୨୫ ଚତୁର୍ଥ ଶନିବାରକୁ କାର୍ଯ୍ୟ ଦିବସ ଭାବେ ଘୋଷଣା କରାଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଚାଲିଥିବାରୁ ଜିଲ୍ଲାର ସରକାରୀ କାର୍ଯ୍ୟାଳୟ ୨୦ ତାରିଖରେ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

ଅଧିକ ପଢ଼ନ୍ତୁ: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର, ଏମାନଙ୍କୁ ମିଳିବନି ସୁଭଦ୍ରା ଟଙ୍କା

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories