Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Heavy Rain / ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୩ ଘଣ୍ଟା ସତର୍କତା, ୯ ଜିଲ୍ଲା ପାଇଁ ଆଲର୍ଟ ଜାରି

Sushanta Sahoo
Browse all articles by Sushanta Sahoo
·8 months ago·2 min read
ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୩ ଘଣ୍ଟା ସତର୍କତା, ୯ ଜିଲ୍ଲା ପାଇଁ ଆଲର୍ଟ ଜାରି

Key Points

ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି । ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ କରାଯାଇଛି ।

ଭୁବନେଶ୍ଵର: ବାତ୍ୟା 'ମୋନ୍ଥା' ମାଡ଼ି ଆସୁଥିବା ବେଳେ ଓଡ଼ିଶାକୁ ରହିଛି ବଜ୍ରପାତ ବିପଦ । ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି । ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ କରାଯାଇଛି ।

ଏହି ୩ ଘଣ୍ଟିଆ ଆଲର୍ଟ ଦିନ ୧୦ଟା ୧୪ ପର୍ଯ୍ୟନ୍ତ ଜାରି କରାଯାଇଛି । ବାଲେଶ୍ଵର, ଭଦ୍ରକ, ଗଜପତି, ଗଞ୍ଜାମ, ଯାଜପୁର, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଆଦି ୯ ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା, ବଜ୍ରପାତ ସହ ଘଣ୍ଟାପ୍ରତି ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏଥିସହ ପଢ଼ନ୍ତୁ: 'ମୋନ୍ଥା' ପାଇଁ ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ, ଗୋପାଳପୁର ଠାରୁ ୫୭୦ କିମି ଦୂରରେ ବାତ୍ୟା

ସାମୁଦ୍ରିକ ଝଡ଼ 'ମୋନ୍ଥା' ପାଇଁ ଦକ୍ଷିଣ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ବାତ୍ୟା ମନ୍ଥା ଘଣ୍ଟାକୁ ୧୭ କିଲୋମିଟର ବେଗରେ ମାଡ଼ି ଆସୁଛି । ଆଉ କିଛି ସମୟ ପରେ 'ମୋନ୍ଥା' ଏକ ଭୀଷଣ ବାତ୍ୟାରେ ପରିଣତ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ବାତ୍ୟା ମୋନ୍ଥା ଏବେ ଆନ୍ଧ୍ରର ମଛଲିପାଟନମରୁ ଦକ୍ଷିଣ-ଦକ୍ଷିଣପୂର୍ବରେ ୨୩୦ କିଲୋମିଟର, କାକିନାଡ଼ା ଠାରୁ ୩୧୦ କିଲୋମିଟର, ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମରେ ୫୭୦ କିଲୋମିଟର ଦୂରରେ ରହିଛି । ଆଜି ସନ୍ଧ୍ୟା କିମ୍ବା ରାତିରେ ମଛଲିପାଟନମରୁ କଳିଙ୍ଗପାଟନମ ମଧ୍ୟରେ କାକିନାଡ଼ା ପାଖାପାଖି 'ମୋନ୍ଥା' ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଇଛି ।

ଭୀଷଣ ବାତ୍ୟା 'ମୋନ୍ଥା' ଲ୍ୟାଣ୍ଡଫଲ୍ କରିବା ବେଳେ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରାଯାଇଛି । ସେହି ସମୟରେ ଝଟ୍‌କା ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।



ମଙ୍ଗଳବାର ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ପୁରୀ ଓ ବରଗଡ଼ ଜିଲ୍ଲାକୁ ରହିଛି ଅରେଞ୍ଜ ୱାର୍ଣ୍ଣିଂ ।

ଏଥିସହ ପଢ଼ନ୍ତୁ: ଭକ୍ତଙ୍କ ପାଇଁ ହୋଇସାରିଛି ସବୁ ସୁବିଧା, ଏଥର ନିର୍ଦ୍ୱନ୍ଦ୍ୱରେ ଅଯୋଧ୍ୟା ଯାଇପାରିବେ ଶ୍ରଦ୍ଧାଳୁ

ଆସନ୍ତାକାଲି ୨୯ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ାକୁ ରେଡ୍ ଆଲର୍ଟ ରହିଛି । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ସମ୍ବଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ ।

ବାତ୍ୟା 'ମୋନ୍ଥା' ପାଇଁ ସମୁଦ୍ର ଅଶାନ୍ତ ରହିଛି । ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଓଡ଼ିଶାର ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ଅନ୍ଯ ସବୁ ବନ୍ଦରରେ ଦୁଇ ନମ୍ବର ବିପଦ ସଂକେତ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Odisha Weather Alert: Heavy Rain and Lightning Warning as Cyclone Montha Approaches | Argus News | Argus News