Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - OTET Question Paper Leak: ଧରାପଡ଼ିଲେ ଅଭିଯୁକ୍ତ, କ୍ରାଇମବ୍ରାଞ୍ଚ କରୁଛି ଜେରା

Odisha

OTET Question Paper Leak: ଧରାପଡ଼ିଲେ ଅଭିଯୁକ୍ତ, କ୍ରାଇମବ୍ରାଞ୍ଚ କରୁଛି ଜେରା

Satyendu Sekhar Mishra
Browse all articles by Satyendu Sekhar Mishra
·9 months ago
OTET Question Paper Leak: ଧରାପଡ଼ିଲେ ଅଭିଯୁକ୍ତ, କ୍ରାଇମବ୍ରାଞ୍ଚ କରୁଛି ଜେରା

Key Points

ଏହି ମାମଲାରେ ଗତକାଲି ରାୟଗଡ଼ା ଜିଲ୍ଲାରୁ ଜଣେ ଶିକ୍ଷକଙ୍କୁ ମଧ୍ୟ ଉଠାଇ ନେଇଥିଲା କ୍ରାଇମବ୍ରାଞ୍ଚ ।

OTET ପ୍ରଶ୍ନପତ୍ର ଲିକ୍‌ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା । ବୋର୍ଡ ଅଫିସ୍‌ର ଜଣେ କର୍ମଚାରୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଉଠାଇ ନେଇଥିବା ସୂଚନା । କ୍ରାଇମ୍‌ବ୍ରାଞ୍ଚ ଅଧିକାରୀ ବୋର୍ଡ ଅଫିସ୍‌ର କର୍ମଚାରୀଙ୍କୁ ଜେରା କରୁଥିବା ନେଇ ସୂଚନା ରହିଛି ।


ଏହି ମାମଲାରେ ମଙ୍ଗଳବାର ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗାଁର ଜଣେ ଶିକ୍ଷକଙ୍କୁ ଉଠାଇନେଇଥିବା ଜଣାପଡିଛି। ପ୍ରଶ୍ନପତ୍ର ପ୍ରଘଟ ଯୋଗୁଁ ଓଟିଇଟି ପରୀକ୍ଷା ବାତିଲ କରାଯାଇଛି । ତେବେ ଏହି ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ସମୟରେ ରାୟଗଡ଼ା ଜିଲ୍ଲା ଏକ୍ସ କ୍ୟାଡର ଶିକ୍ଷକ ସଂଘର ସଭାପତି ତଥା ଡଙ୍ଗରବୋରି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ବିଜୟ ମିଶ୍ରଙ୍କ ସମ୍ପୃକ୍ତି ଥିବା ଜଣାପଡିଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସ୍ଥାନୀୟ ପୋଲିସ ସାହାଯ୍ୟରେ କ୍ରାଇମବ୍ରାଞ୍ଚ ବିଜୟଙ୍କୁ ଉଠାଇ ନେଇଥିବା ଜଣାପଡିଛି। କ୍ରାଇମବ୍ରାଞ୍ଚ ତାଙ୍କୁ କେଉଁଠିକି ନେଇଛନ୍ତି ସେନେଇ କୌଣସି ସୂଚନା ମିଳିପାରିନାହିଁ ।

Sponsored
OTET Question Paper Leak: accused caught and Interrogate by Crimebranch | Argus News