Scholarship Subhadra / ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର, ଏମାନଙ୍କୁ ମିଳିବନି ସୁଭଦ୍ରା ଟଙ୍କା

Key Points
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ। ଛାତ୍ରୀମାନେ ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଛନ୍ତି କି? କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି ? ଯଦି ଆପଣ ଏପରି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡ଼ିବେ। ଏନେଇ ଦୁଇ ବିଭାଗ ରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ। ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ।
‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ଯ ଘୋଷିତ ହେବେ। ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି। ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି, ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇପାରୁନାହିଁ।ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏଥିସହ ପଢ଼ନ୍ତୁ: କାଳୀପୂଜା ପାଇଁ ଉତ୍ସବ ମୁଖର ହୋଇଛି ଭଦ୍ରକ ସହର
ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ନେଇଛନ୍ତି ତା'ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ।
ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ବୈଠକର ସମୀକ୍ଷା ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ, ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ ବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
📱 Get Argus News App
✨Related Topics
Explore more stories