Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Weather Forecast / ଶେଷ ଲଘୁଚାପ ଭାରି ଭୟଙ୍କର ହେବ !

Satyendu Sekhar Mishra
Browse all articles by Satyendu Sekhar Mishra
·8 months ago·2 min read
ଶେଷ ଲଘୁଚାପ ଭାରି ଭୟଙ୍କର ହେବ !

Key Points

ଗୁରୁବାର ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।
ଏହାର ପ୍ରଭାବରେ ଶୁକ୍ରବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ମାସ ଶେଷ ବେଳକୁ ଓଡ଼ିଶାରେ ହେବ କି ବାତ୍ୟା ? ପୂର୍ବରୁ ବାତ୍ୟାକୁ ନେଇ ଆମେରିକୀୟ ପାଣିପାଗ ସଂସ୍ଥା GFS ମଡେଲ ଆକଳନ କରିଥିଲା । ଆଉ ଏବେ ପାଣିପାଗ ବିଜ୍ଞାନୀ ଡକ୍ଟର ଶରତ ସାହୁଙ୍କ ଆକଳନ, ଅକ୍ଟୋବର ଶେଷ ଆଡ଼କୁ ଆସିପାରେ ସାଇକ୍ଲୋନ । ଶୁକ୍ରବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏବେର ଲଘୁଚାପ ସହ ପଛକୁ ପଛ ଆହୁରି ୨ଟି ଲଘୁଚାପ ଆସୁଛି । ଶେଷ ଲଘୁଚାପଟି ଅଧିକ ଶକ୍ତିଶାଳୀ ହେବ।

୨୬ ତାରିଖ ବେଳକୁ ଦ୍ବିତୀୟ ଓ ୨୯ ବେଳକୁ ତୃତୀୟ ଲଘୁଚାପ ସୃଷ୍ଟି ହେବ । ଦ୍ବିତୀୟ ଅପେକ୍ଷା ତୃତୀୟଟି ଅଧିକ ଶକ୍ତିଶାଳୀ ହେବା ଭଳି ଜଣାପଡୁଛି । ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଛି ଓ ଉତ୍ତର-ପୂର୍ବ ମୌସୁମୀ ଶକ୍ତିଶାଳୀ ହେଉଛି । ତେଣୁ ଅକ୍ଟୋବର ହିଁ ଲଘୁଚାପକୁ ବାତ୍ୟାରେ ପରିଣତ କରାଇବାର ପ୍ରକୃଷ୍ଟ ସମୟ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଡକ୍ଟର ଶରତ ସାହୁ ।

ଏଥିସହ ପଢ଼ନ୍ତୁ: ଶେଷ ଲଘୁଚାପ ଭାରି ଭୟଙ୍କର ହେବ !

ଅନ୍ୟପଟେ ଗୁରୁବାର ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଶୁକ୍ରବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ । ଫଳରେ ଆଗାମୀ ୫ ଦିନ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଯାହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନଥିବାବେଳେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଏହି ୧୧ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବା ସହ ବର୍ଷା ସମୟରେ ୩୦ରୁ ୪୦ କିମି ଝଟକା ପବନ ବହିପାରେ । ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ କଳାହାଣ୍ଡି ଭବାନୀପାଟଣାରେ ୧୮ ମିମି ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Weather Forecast | Weather Alert: Back to back 2 Low Pressure Alert For Odisha | Argus News