Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଦିବ୍ୟସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ

Ratha Yatra 2025

ଦିବ୍ୟସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ

Smruti Parija
Browse all articles by Smruti Parija
·10 months ago·1 min read
ଦିବ୍ୟସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ

Key Points

ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ

୧୪ ଦିନ ଧରି ଚାଲିବ ଅଣସର ନୀତି

ଶ୍ରୀକ୍ଷେତ୍ର ଛାଡି ଶିଳାକ୍ଷେତ୍ରକୁ ଧାଇଁ ଆସୁଛନ୍ତି ଭକ୍ତ

୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ ପରେ ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ । ୧୪ ଦିନ ଧରି ଚାଲିବ ଅଣସର ନୀତି । ଦଇତାପତିମାନେ ଜ୍ଵରାକ୍ରାନ୍ତ ମହାପ୍ରଭୁଙ୍କୁ ଗୁପ୍ତ ଉପଚାର ଓ ଗୁପ୍ତ ସେବା କରୁଛନ୍ତି । ଅଣସର ସମୟରେ ଶ୍ରୀଜିଉମାନେ ଶ୍ବେତବସ୍ତ୍ର ପରିଧାନ କରିବାର ବିଧି ରହିଥିବାବେଳେ ତୁଳସୀ ମଧ୍ୟ ଲାଗି କରାଯାଇନଥାଏ । ମହାପ୍ରଭୁଙ୍କୁ କେବଳ ଧଳା ଫୁଲ ଲାଗି କରାଯାଇଥାଏ । ଅଣସର ଘରେ ଥିବା ମହାପ୍ରଭୁଙ୍କ ପାଖେ ଚକଟା ଏବଂ ପଣା ଭୋଗ କରାଯାଇଥାଏ ।


ସେହିପରି ଆଜିଠୁ ଶ୍ରୀମନ୍ଦିରରେ ପଟିଦିଅଁ ଦର୍ଶନ । ସେପଟେ ବ୍ରହ୍ମଗିରି ଅଲାରନାଥ ପୀଠରେ ଆଜିଠୁ ଅଣବସର ଦର୍ଶନ ଚାଲିଛି । ଦାରୁବ୍ରହ୍ମଙ୍କୁ ଦର୍ଶନ ନପାଇ ଭକ୍ତଙ୍କ ମନ ବ୍ୟାକୁଳ ହୋଇପଡିଛି । ଶ୍ରୀକ୍ଷେତ୍ର ଛାଡି ଶିଳାକ୍ଷେତ୍ରକୁ ଧାଇଁ ଆସୁଛନ୍ତି ଭକ୍ତ । ବ୍ରହ୍ମଗିରିର ପ୍ରଭୁ ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଗହଳି ଲାଗିଛି । ଭୋର ୪ଟାରେ ଦ୍ବାର ଫିଟିଥିଲା, ୪.୧୫ରେ ମଙ୍ଗଳ ଆଳତୀ, ଅବକାଶ ନିତି ଶେଷ ହୋଇଥିଲା । ଏହାପରେ ଅଣସର ବେଶ ହୋଇଥିଲେ ପ୍ରଭୁ ଅଲାରନାଥ । ସୁରକ୍ଷା ପାଇଁ ୮ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ହୋଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
crowd-of-devotees-at-the-shrine-of-alarnath | Argus News