Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Cyclone Montha / ୨୮ ରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା 'ମୋନ୍ଥା', ଜାଣନ୍ତୁ କେଉଁଠି ହେବ ଲ୍ୟାଣ୍ଡଫଲ୍‌...

Santosh Kumar Sahoo
Browse all articles by Santosh Kumar Sahoo
·8 months ago·2 min read
୨୮ ରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା 'ମୋନ୍ଥା', ଜାଣନ୍ତୁ କେଉଁଠି ହେବ ଲ୍ୟାଣ୍ଡଫଲ୍‌...

Key Points

୨୮ ସନ୍ଧ୍ୟା ପରେ ଆନ୍ଧ୍ର କାକିନଡ଼ା ପାଖରେ ବାତ୍ୟା ଲ୍ୟାଣ୍ଡଫଲ୍‌
ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ଭିତରେ କାକିନଡ଼ାରେ ଲ୍ୟାଣ୍ଡଫଲ୍
ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୯୦ରୁ ୧୦୦ କିମି ରହିବ
ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌ । ଭୀଷଣ ବାତ୍ୟାର ରୂପ ନେଇ କେବେ ଓ କେଉଁଠି କରିବ ମୋନ୍ଥା ଲ୍ୟାଣ୍ଡଫଲ କରିବ ସେନେଇ ପ୍ରଥମ ଥର ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ୨୮ ସନ୍ଧ୍ୟା ପରେ ଆନ୍ଧ୍ରପ୍ରଦେଶର କାକିନଡ଼ା ପାଖରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବ । ଆନ୍ଧ୍ରପଦେଶର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମର କାକିନଡ଼ା ନିକଟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ । ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଅଧିକ ପଢ଼ନ୍ତୁ: ମାଡ଼ି ଆସୁଛି 'ମୋନ୍ଥା', ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ


ସେପଟେ ବାତ୍ୟା `ମୋନ୍ଥା'କୁ ନେଇ ଭାରତୀୟ ପାଣିପାଗ ବିଭାଗର ବଡ଼ ସୂଚନା । ୨୭ ତାରିଖରେ ବାତ୍ୟା ଓ ୨୮ରେ ସିଭିୟର୍ ସାଇକ୍ଲୋନ ସମ୍ଭାବନା । ବଳ ଗୋଟାଇ ଆନ୍ଧ୍ର ଉପକୂଳମୁହାଁ ସମ୍ଭାବ୍ୟ ବାତ୍ୟା । ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପଶ୍ଚିମ ଦିଗକୁ ଗତି କରି ଅବପାତରେ ପରିଣତ ହୋଇଛି । ଏହା ଗୋପାଳପୁରଠୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୧୦୪୦ କିମି ଏବଂ ଆନ୍ଧ୍ରପ୍ରଦେଶ କାକିନାଡାରୁ ୧୦୦୦ କିମି ଓ ବିଶାଖାପାଟନମଠାରୁ ଦକ୍ଷିଣପୂର୍ବ ଦିଗରେ ୯୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରି ୨୬ ତାରିଖ ସୁଦ୍ଧା ଗଭୀର ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଛି । ୨୭ ସକାଳ ସୁଦ୍ଧା ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ସିଭିୟର ସାଇକ୍ଲୋନରେ ପରିଣତ ହେବ ବାତ୍ୟା `ମୋନ୍ଥା' ।

ସେପଟେ ସମ୍ଭାବ୍ୟ ବାତ୍ୟକୁ ନେଇ ବଡ଼ ବୈଠକ । ରାଜୀବ ଭବନରେ ସମ୍ଭାବ୍ୟ ବାତ୍ୟା ମୋନ୍ଥାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବିଭାଗୀୟ ଅଧିକାରୀଙ୍କ ସହ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଭିସି ଜରିଆରେ ଉପସ୍ଥିତ ରହିଛନ୍ତି ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ଉପରେ ଅଧିକ ପ୍ରଭାବ ପଡ଼ିପାରେ । ମାଲକାନଗିରି ଓ କୋରାପୁଟରେ ଭୀଷଣ ବର୍ଷା ହେବା ସମ୍ଭାବନା ରହିଛି ।

ଏଥିସହ ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କଟକ, ଖୋର୍ଦ୍ଧାରେ ବାତ୍ୟାର ପ୍ରଭାବ ପଡ଼ିପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେହିପରି ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨୬ରୁ ୨୯ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Cyclone Montha to Make Landfall Near Kakinada on Oct 28 Night | Argus News