Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Low Pressure / ଲଘୁଚାପ ପାଇଁ ରାଜ୍ୟରେ ବଦଳିବ କି ପାଗ ? ଆଗାମୀ ୭ ଦିନ ପାଇଁ କ'ଣ ରହିଛି ପାଣିପାଗ ବିଭାଗର ପୂର୍ବାନୁମାନ

Sushanta Sahoo
Browse all articles by Sushanta Sahoo
·7 months ago·2 min read
ଲଘୁଚାପ ପାଇଁ ରାଜ୍ୟରେ ବଦଳିବ କି ପାଗ ? ଆଗାମୀ ୭ ଦିନ ପାଇଁ କ'ଣ ରହିଛି ପାଣିପାଗ ବିଭାଗର ପୂର୍ବାନୁମାନ

Key Points

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।
ଭୁବନେଶ୍ଵର: ନଭେମ୍ବରରେ ବାତ୍ୟା ଭୟ ଭିତରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।


ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଗୋଟିଏ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଏଥିସହ ପଢ଼ନ୍ତୁ: ୧୫ ବର୍ଷର ପୁଅକୁ ଆତଙ୍କବାଦୀ ପ୍ରଶିକ୍ଷଣ ଦେଉଥିଲା ମାଆ; କେରଳରୁ ଆସିଲା ଚାଞ୍ଚଲ୍ୟକର ମାମଲା

ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଆଗକୁ ବଢ଼ିବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।

ଲଘୁଚାପ ପାଇଁ ୨୨ରୁ ୨୭ ତାରିଖ ପର୍ଯ୍ୟନ୍ତ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ୨୨ରୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ମନା କରାଯାଇଛି ।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୮ ତାରିଖ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ସମ୍ଭାବନା ନାହିଁ । ସେହିଭଳି ଆଗାମୀ ୬ରୁ ୮ ଦିନ ଯାଏଁ ସର୍ବନିମ୍ନ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହୋଇନପାରେ ।

ବିଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ସହ ଉତ୍ତର ଓଡ଼ିଶାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ପାରଳାଖେମୁଣ୍ଡିରେ ପାରଦ ସର୍ବୋଚ୍ଚ ୩୩.୬ ଡିଗ୍ରୀ ରହିଥିଲା । ବାତ୍ୟା ନେଇ ପାଣିପାଗ ବିଭାଗ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପୂର୍ବାନୁମାନ କରି ନାହିଁ ।


ଅଧିକ ପଢ଼ନ୍ତୁ: ଓ୍ବିଣ୍ଡିର ଆକଳନ ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା


ୱିଣ୍ଡିର ଆକଳନ ଅନୁସାରେ ଓଡ଼ିଶାକୁ ହିଟ୍ କରିପାରେ ବାତ୍ୟା । ଡିସେମ୍ବର ୧ରେ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି । ସେହିପରି ଆମେରିକୀୟ ପାଣିପାଗ ମଡେଲ୍ GFS ଅନୁମାନ କରିଛି, ନଭେମ୍ବର ୨୬ କିମ୍ବା ୨୭ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ଏହା ୨୯ ନଭେମ୍ବର ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି । ସେହିପରି ୟୁରୋପୀୟ ମଡେଲ ECMWF ପୂର୍ବାନୁମାନ କରିଛି, ନଭେମ୍ବର ୨୫ ବେଳକୁ ବାତ୍ୟା ସୃଷ୍ଟି ହୋଇପାରେ । ଯଦି ଏହା ବାତ୍ୟା ହୁଏ, ତେବେ ଏହାର ନାଁ ରହିବ ସେନ୍ୟାର ।

ଅକ୍ଟୋବରରେ ଆସିଥିବା ବାତ୍ୟା ‘ମୋନ୍ଥା’ ଯୋଗୁଁ ଓଡ଼ିଶାର ଗଜପତି ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଥିଲା । ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ କେତେକ ସ୍ଥାନରେ ଭୂସ୍ଖଳନ ହୋଇଥିବା ସୂଚନା ରହିଥିଲା । ଗଜପତି ଜିଲ୍ଲାରେ ଭୟଙ୍କର ତାଣ୍ଡବ ରଚିଥିଲା ବାତ୍ୟା । ଆର୍.ଉଦୟଗିରି ବ୍ଳକ ଅନଘା ପଞ୍ଚାୟତରୁ ସାମ୍ନାକୁ ଆସିଥିଲା ଭୟଙ୍କର ଦୃଶ୍ୟ । ଯେତିକି ବିପଜ୍ଜନକ ସେତିକି ଚିନ୍ତାଜନକ । ପାହାଡ଼ରୁ ବିରାଟ କାୟ ପଥର ସବୁ ରାସ୍ତା ଉପରେ ଖସିବା ଫଳରେ ପୁରା ଠପ୍ ହୋଇଯାଇଥିଲା ଯାତାୟାତ । ଗଜପତି ଓ ଗଞ୍ଜାମ ଜିଲ୍ଲା ମଧ୍ୟରେ ବିଚ୍ଛିନ୍ନ ହେଇଥିଲା ଯୋଗାଯୋଗ । ଆଉ ଏବେ ବାତ୍ୟା 'ମୋନ୍ଥା'ର ଗୋଟିଏ ମାସ ମଧ୍ୟରେ ଆଉ ଏକ ବାତ୍ୟା ସମ୍ଭାବନା ଥିବାରୁ ଲୋକଙ୍କ ମନରେ ଛନକା ସୃଷ୍ଟି ହୋଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha Weather Update: Low Pressure & 7-Day Forecast | Argus News | Argus News