Road Accident / ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ

Key Points
ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଲା ବସ
ପାତ୍ରପଡା ଶନିମନ୍ଦିର ନିକଟ ଓଭର ବ୍ରିଜରେ ଦୁର୍ଘଟଣା
ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପାତ୍ରପଡ଼ା ଶନିମନ୍ଦିର ନିକଟ ଓଭରବ୍ରିଜ୍ରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି ।
ସୂଚନା ଅନୁସାରେ, ବାଇକ୍ ଆରୋହୀ ଓଭରବ୍ରିଜ୍ ଦେଇ ଯାଉଥିବା ବେଳେ ପଛପଟୁ ଆସୁଥିବା ଏକ ବସ୍ ତାଙ୍କ ବାଇକ୍କୁ ଜୋରଦାର ଧକ୍କା ଦେଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ ବାଇକ୍ ଆରୋହୀ ରାସ୍ତା ଉପରେ ଛିଟିକି ପଡ଼ିଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ଜୀବନ ଚାଲିଯାଇଥିବା ଜଣାପଡ଼ିଛି ।
ଦୁର୍ଘଟଣା ପରେ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା । ସ୍ଥାନୀୟ ଲୋକେ ଏକତ୍ରିତ ହୋଇ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି ।
ମୃତ ବାଇକ୍ ଆରୋହୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ତାଙ୍କ ପରିଚୟ ଜାଣିବା ସହ ପରିବାରଲୋକଙ୍କୁ ଖୋଜିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି । ଏହି ଘଟଣା ପୁଣିଥରେ ରାଜଧାନୀରେ ଭାରୀଯାନ ଚଳାଚଳ ଓ ସଡ଼କ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଚିହ୍ନ ଲଗାଇଛି ।
📱 Get Argus News App
✨Related Topics
Explore more stories