କେମିତି କଟିବ ଆଜିର ଦିନ....ସତର୍କ ରୁହନ୍ତୁ ଏହି ରାଶି
by Argus News
Sun, Sep 08 | 9:05 a.m.

ଅର୍ଗସ ବ୍ୟୁରୋ: ଆପଣଙ୍କ ଦିନଟି କେମିତି କଟିବ ସେ ପାଇଁ ଚିନ୍ତିତ କି? ତାହେଲେ ଚାଲନ୍ତୁ ଜାଣିବା।
ମେଷ-
ଶାରିରୀକ  ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ। 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ- 
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ  ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତ୍ତି ହସ୍ତାନ୍ତର ହୋଇପାରେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ ।  ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି । 
 ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର  ଲାଭ ମିଳିବ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଡାଲି, ଚାଉଳ ଦାନ କରନ୍ତୁ
ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର୍ଯ୍ୟରେ ରୁଚି ବଢିବ । ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦ ମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସି ରହିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।  ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ। ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତୀୟ ବ୍ୟକ୍ତି ଲାଭବାନ୍ ହେବ। ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କର ପୂଜା କରନ୍ତୁ

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ