" ଜାତୀୟ ଶିକ୍ଷାନୀତି ଭାରତୀୟ ଶିକ୍ଷା ପ୍ରଣାଳୀରେ ଏକ ବଡ ପରିବର୍ତ୍ତନ ଆଣିବ "- ଧର୍ମେନ୍ଦ୍ର
by Argus News
Tue, Oct 15 | 7:41 a.m.

ଅଧିକ ପଢନ୍ତୁ : ଜାତୀୟ ଶିକ୍ଷାନୀତି ଭାରତୀୟ ଶିକ୍ଷା ପ୍ରଣାଳୀରେ ଏକ ବଡ ପରିବର୍ତ୍ତନ ଆଣିବ । ଭାରତ ସରକାରଙ୍କ ଶିକ୍ଷା ନୀତି ସହ ଅନ୍ୟାନ୍ୟ କ୍ଷେତ୍ରରେ ସଂସ୍କାର ଭାରତକୁ ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ବିଶ୍ବ ଅର୍ଥନୀତିର ଅଭିବୃଦ୍ଧି ଇଞ୍ଜିନ୍ କରାଇବ ବୋଲି ସୋମବାର ଦିଲ୍ଲୀରେ ଇଣ୍ଡିଆ ଲିଡରସିପ ସମ୍ମିଟ -୨୦୨୪ରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆମେରିକା – ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ ଫରୋମ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଅଧୀନରେ ଫାୟାରସାଇଡ୍ ଚାଟରେ ଜାତୀୟ ଶିକ୍ଷା ନୀତି ସହ ଶିକ୍ଷା ବ୍ୟବସ୍ଥା ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ କେନ୍ଦ୍ରମନ୍ତ୍ରୀ । ସେ କହିଥିଲେ ପ୍ରଧାନମନ୍ତ୍ରୀ ମୋଦୀଙ୍କ କଳ୍ପନାରେ ଦେଶରେ ପ୍ରଣୟନ ହୋଇଥିବା ଜାତୀୟ ଶିକ୍ଷା ନୀତି ଏକ ଦାର୍ଶନିକ ଦସ୍ତାବିଜ୍ ।

ଅଧିକ ପଢନ୍ତୁ : ଉଚ୍ଚଶିକ୍ଷାନୁଷ୍ଠାନ ଗୁଡିକ ପାଇଁ ‘ସଂସ୍ଥାଗତ ବିକାଶ ଯୋଜନା’ ଉପରେ ୟୁଜିସିର କର୍ମଶାଳା

ଜାତୀୟ ଶିକ୍ଷା ନୀତି ଦେଶର ଯୁବପିଢି ଭବିଷ୍ୟତ ପାଇଁ ପ୍ରସ୍ତୁତ କରାଇବା ସହ ବୈଶ୍ବିକ ନାଗରିକରେ ପରିବର୍ତ୍ତନ କରିବ । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମତରେ ଡିଗ୍ରୀ ଓ ସାର୍ଟିଫିକେଟ୍ ଅପେକ୍ଷା ଦକ୍ଷତା ବହୁତ ଗୁରୁତ୍ୱପୂର୍ଣ୍ଣ । କୋଭିଡ୍ ସମୟରେ ଦକ୍ଷତା ତଥା ସାମର୍ଥ୍ୟ ବଳରେ ହୋଇଥିବା ଅନେକ ସୃଜନଶୀଳ ଇନୋଭସନକୁ ସମସ୍ତେ ପ୍ରଶଂସା କରିଥିଲେ । ଭାରତ ସବୁଠୁ ଅଧିକସଂଖ୍ୟକ ଯୁବବର୍ଗ ଅଛନ୍ତି । ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିକ୍ଷା ନୀତି କେବଳ ଶିକ୍ଷା ନୁହେଁ ବରଂ ନିଯୁକ୍ତି ଆଧାରିତ ଶିକ୍ଷା ପ୍ରଦାନ କରିବ ।

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା