ଘାଟିରେ ଓଲଟି ପଡ଼ିଲା ପିକ୍ ଅପ୍ ଭ୍ୟାନ୍; 14 ମୃତ, 20 ଆହତ
by Argus News
Thu, Feb 29 | 9:38 a.m.

ଅର୍ଗସ ବ୍ୟୁରୋ:  ମଧ୍ୟପ୍ରଦେଶ ଦିନ୍ଦୋରୀରେ ମର୍ମନ୍ତୁଦ ଦୁର୍ଘଟଣା । ବଡ଼ଝର ଘାଟିରେ ଓଲଟି ପଡ଼ିଲା ପିକ୍ ଅପ୍ ଭ୍ୟାନ୍ । ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି । 

ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଆହତଙ୍କୁ ଉଦ୍ଧାର କରାଯାଇ ଶାହପୁରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଡଃ ମୋହନ ଯାଦବ । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଅମର ଆତ୍ମର ସଦଗତି ପ୍ରାର୍ଥନା କରିଛନ୍ତି । ଏହାସହ ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କା ଲେଖାଏଁ  ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। 

ଆହତଙ୍କର କିପରି ଠିକ୍ ଭାବରେ ଚିକିତ୍ସା କରାଯିବ ଏନେଇ ମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ଶ୍ରୀମତୀ ସମ୍ପତିୟା ଉଇକି ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି ।  

ବୋଲେରୋ ଓଲଟି ୧୦ ଆହତ
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ