ବସ୍ ଧକ୍କାରେ ୧୬ ଗୋରୁ ମୃତ, ୪ ଗୁରୁତର 
by Argus News
Thu, Aug 29 | 7:57 a.m.

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବାରିହାପୁର ଗାଁ ଛକ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା। ନାଇଟ କୋଚ ବସ୍ ଧକ୍କାରେ ୧୬ ଗୋଟି ଗୋରୁର ମୃତ୍ୟୁ ହୋଇଥିବା ବେଳେ ୪ଟି ଗାଈ ଗୁରୁତର ହୋଇଛନ୍ତି।

ତେବେ ରକ୍ତରେ ରଞ୍ଜିତ ହୋଇଛି ସମ୍ପୂର୍ଣ୍ଣ ବାରିହାପୁର ଗାଁ ଛକ। ପିଛା ଛାଡ଼ୁନି ୫୩ ନଂ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା।ଠିକ ଏକ ବର୍ଷ ତଳେ ସମାନ ଜାଗାରେ ସଡ଼କ ଦୁର୍ଘଟଣାରେ ୧୩ ଗୋଟି ଗୋରୁର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇବା ପରେ ନାଇଟ କୋଚ ବସଟି ଫେରାର ମାରିଥିବା ଜଣାପଡିଛି।ଗାଈ ଗୋରୁଙ୍କ ମୃତ୍ୟୁକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗ୍ରାମବାସୀ। ସେପଟେ ଦୁର୍ଘଟଣା ଯୋଗୁଁ ତାଳଚେର -ଡ଼ୁବୁରୀ ଯାତାୟାତ ଭାଧାପ୍ରାପ୍ତ ହୋଇଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା