କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଯୋଗୁ ୧୯ ଟ୍ରେନ୍‌ ବାତିଲ୍‌
by Argus News
Mon, Jun 17 | 6:15 p.m.

ଅର୍ଗସ ବ୍ୟୁରୋ: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି। ଦୁଇଟି ଟ୍ରେନର ୪ବଗି ଏବଂ ୫ ଓ୍ବାଗନ ଲାଇନଚ୍ୟୁତ ହୋଇ ଅନ୍ୟ ଟ୍ରାକ ଉପରେ ପଡ଼ିରହିଛି। ତେଣୁ ଏହି ରୁଟ ଦେଇ ଯିବାକୁ ଥିବା ଟ୍ରେନ ଗୁଡ଼ିକୁ ବାତିଲ କରାଯାଇଛି। ନିୟୁଜଲପାଇଗୁଡ଼ି ଉଦୟପୁର ସିଟି ସାପ୍ତାହିକ ଏକ୍ସପ୍ରେସ ବାତିଲ ହୋଇଛି। ହାଓ୍ବଡ଼ା-ନିୟୁଜଲପାଇଗୁଡ଼ି ବନ୍ଦେ ଭାରତ ଏକ୍ସପ୍ରେସକୁ ବାତିଲ କରାଯାଇଥିବାବେଳେ ଗୌହାଟି-ହାଓ୍ବାଡା, କାମାକ୍ଷା-ଆନନ୍ଦବିହାର ଏକ୍ସପ୍ରେସକୁ ମଧ୍ୟ ବାତିଲ କରାଯାଇଛି।

ସୂଚନା ଥାଉକି, ଆଜି ସକାଳେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲବାହୀ ଟ୍ରେନ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସର କିଛି ବଗି ଲାଇନଚ୍ୟୁତ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୫ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ଇପାରେ ବୋଲି ଆଶଙ୍କା କରାଯାଉଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା