ସର୍ବାଧିକ 43.6 ଡିଗ୍ରୀ ତାପମାତ୍ରାରେ ଜଳିଲା ଭୁବନେଶ୍ୱର
by Argus News
Thu, Apr 18 | 5:03 p.m.

ଭୁବନେଶ୍ୱର:  ଅସହ୍ୟ ଖରା, ଗରମରେ ସନ୍ତୁଳି ହେଉଛି ଜନଜୀବନ । ରାଜ୍ୟରେ ଆହୁରି ୪ ଦିନ ଏହିଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଜି ବୌଦ୍ଧ ଏବଂ ଅନୁଗୁଳ ସହରର ତାପମାତ୍ରା 45 ଡିଗ୍ରୀ ଛୁଇଁବାର ସମ୍ଭାବନା ଥିବା ବେଳେ ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ତାପମାତ୍ରା 45 ଡିଗ୍ରୀ ଛୁଇଁବ । ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।  

ଏପ୍ରିଲ 20 ପରଠାରୁ ବର୍ଷା ଏବଂ ଘୂର୍ଣ୍ଣିବାତ୍ୟା ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟର କିଛି ଅଂଚଳରେ ଦୁଇ ରୁ ତିନି ଡିଗ୍ରୀ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି । ଆଜି ଦିନ 2ଟା 30 ସୁଦ୍ଧା ଭୁବନେଶ୍ବରରେ ସର୍ବାଧିକ 43.6 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଝାରସୁଗୁଡ଼ାରେ 42.6, ବାଲେଶ୍ବରରେ 42.2, ସମ୍ବଲପୁରରେ 41.7 ଡିଗ୍ରୀ ପାରଦ ରେକର୍ଡ ହୋଇଛି । ସେହିପରି ହୀରାକୁଦରେ 41.4, ଚାନ୍ଦବାଲିରେ  41.2, କେନ୍ଦୁଝରରେ 40.9, ରାଉରକେଲାରେ 40.2 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
40m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି