୧୧ ମାସ ମଧ୍ୟରେ ଆସିଛନ୍ତି ୨ କୋଟି ପର୍ଯ୍ୟଟକ ଜାମ୍ମୁ-କାଶ୍ମୀର
by Argus News
Fri, Dec 08 | 8:19 a.m.

ଅର୍ଗସ ବ୍ୟୁରୋ: ପର୍ଯ୍ୟଟନରେ ରେକର୍ଡ କଲା କେନ୍ଦ୍ରଶାସିତ ଅଞ୍ଚଳ ଜାମ୍ମୁ-କାଶ୍ମୀର । ଚଳିତ ବର୍ଷ ୧୧ ମାସ ମଧ୍ୟରେ ଆସିଛନ୍ତି ୨ କୋଟି ପର୍ଯ୍ୟଟକ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜୀ କିଷାନ ରେଡ୍ଡି । ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ ସ୍ଥାନରେ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ଯାହାର ପ୍ରଭାବ ଏବେ ଦେଖିବାକୁ ମିଳୁଛି । ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସରକାର ପ୍ରତି ଶିକ୍ଷାନୁଷ୍ଠାନରେ “ଯୁବ ପର୍ଯ୍ୟଟନ କ୍ଲବ” ପ୍ରତିଷ୍ଠା କରିବାକୁ ଚେଷ୍ଟା କରୁଛନ୍ତି ।

ଏହି କ୍ରମରେ ବର୍ତ୍ତମାନ ସୁଦ୍ଧା ୩୫ ହଜାର କ୍ଲବ ପ୍ରତିଷ୍ଠା ହୋଇଥିବା ସେ କହିଛନ୍ତି । ପୂର୍ବରୁ ଉତ୍ତର-ପୂର୍ବରେ ରେଳ, ସଡ଼କ ଓ ବିମାନ ସଂଯୋଗ ପର୍ଯ୍ୟାପ୍ତ ନଥିଲା । କିନ୍ତୁ ବର୍ତ୍ତମାନ କେନ୍ଦ୍ର ସରକାର ଏହି ଅଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ବ ଦେଉଥିବାରୁ ପର୍ଯ୍ୟଟକଙ୍କ ସଂଖ୍ୟା ବଢିଛି । ଉତ୍ତର-ପୂର୍ବରେ ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ସରକାର ୯ ବର୍ଷରେ ୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିଥିବା କହିଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ଜୀ କିଷାନ ରେଡ୍ଡି ।

ଅଧିକ ପଢ଼ନ୍ତୁ ଦେଶ ଖବର:

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି