କାର୍ ଓ ବାଇକ ଧକ୍କା, ଦୁଇ ଗୁରୁତର
by Argus News
Mon, May 20 | 7:27 a.m.

ଅର୍ଗସ ବ୍ୟୁରୋ: ଜାତୀୟ ରାଜପଥ ନଂ 57 ର ମନମୁଣ୍ଡା ଥାନା ଗୁଦୁଗୁଦା ନିକଟରେ କାର୍ ସହିତ ବାଇକର ମୁହଁlମୁହିଁ ଧକ୍କା ହୋଇଛି। ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି l ମିଳିଥିବା ସୂଚନା ଅନୁଯାୟୀ, ବାଉଁଶୁଣୀ ଥାନା ବହିରା ଗ୍ରାମର ନବଘନ ନାଏକ ଓ କନ୍ଠା ଗ୍ରାମର ତ୍ରୟମ୍ବକ ମେହେର ଏକ ବାଇକ ଯୋଗେ ମନମୁଣ୍ଡା ପଟରୁ ଘରକୁ ଫେରୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଏକ କାର୍ ସହ ଗୁଦୁଗୁଦା ନିକଟରେ ମୁହଁlମୁହିଁ ଧକ୍କା ହୋଇଥିଲା |

ଉଭୟ ବାଇକ ଆରୋହୀ ଗୁରୁତର ଆହତ ହୋଇଥିଲେ ଓ ବାଉଁଶୁଣୀ ଦମକଳ ବାହିନୀ ସେମାନଙ୍କୁ ଉଦ୍ଧାର କରି ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ | ପ୍ରାଥମିକ ଚିକିତ୍ସା ପରେ 108 ଆମ୍ବୁଲାନ୍ସ୍ ଯୋଗେ ଉଭୟ ଗୁରୁତରଙ୍କୁ ସୋନପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି |

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
17m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
39m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
41m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି