ବାୟୁସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ : ୨ ପାଇଲଟ ମୃତ
by Argus News
Mon, Dec 04 | 2:48 p.m.

ଅର୍ଗସ ବ୍ୟୁରୋ : ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି ।  ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା ସୂଚନା ଦେଇଛନ୍ତି ଭାରତୀୟ ବାୟୁସେନା ଅଧିକାରୀ । 

ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି । ଖବର ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମୀରେ ଟ୍ରେନିଂ ବେଳେ ବିମାନ ପିସି-୭ ଏମକେ-୨ କ୍ରାସ୍‌ ହୋଇଛି । ଏଥିରେ ଦୁଇ ଜଣ ପାଇଲଟ ଥିଲେ । ଜଣେ ପ୍ରଶିକ୍ଷକ ଓ ଆଉ ଜଣେ କ୍ୟାଡେଟ୍ ସାମିଲ ଥିଲେ । 

ଅଧିକ ପଢନ୍ତୁ ଭାରତ ଖବର

ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ରାଜନାଥ ସିଂ ଲେଖିଛନ୍ତି, ‘ହାଇଦ୍ରାବାଦ ପାଖରେ ହୋଇଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ଅତନ୍ତ ଦୁଃଖିତ । ଏଥିରେ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ତାଙ୍କ ପରିବାର ପ୍ରତି ମୋର ସମବେଦନା । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ