୨୧ ପୋଲିସ କର୍ମୀଙ୍କ ସମେତ ହୋମ ଗାର୍ଡ କର୍ମଚାରୀ ଆହତ
by Argus News
Sat, Apr 20 | 3:30 p.m.

ଅର୍ଗସ ବ୍ୟୁରୋ : ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ମଧ୍ୟପ୍ରଦେଶର ବୈତୁଲ ଜିଲ୍ଲାରେ ଓଲଟିଲା ବସ୍ । ଏଥିରେ ୨୧ ପୋଲିସ କର୍ମୀଙ୍କ ସମେତ ହୋମ ଗାର୍ଡ କର୍ମଚାରୀ ଆହତ ହୋଇଛନ୍ତି । ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଥିବା ଏସଡିଓପି ଶାଲିନୀ ପରସ୍ତେ ଏହି ସୂଚନା ଦେଇଛନ୍ତି । ଗତକାଲି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଥିଲା । ନିର୍ବାଚନ ଡ୍ୟୁଟି ସାରି ଯବାନମାନେ ଫେରୁଥିଲେ।  

ଏହି ସମୟରେ ଭୋପାଳ-ବୈତୁଲ ଜାତୀୟ ରାଜପଥର ବରୋଥା ଘାଟରେ ସାମ୍ନା ପଟୁ ଆସୁଥିବା ଏକ ଟ୍ରକ୍ ସହ ଧକ୍କା ହୋଇଯିବା ଭୟରେ ବସ୍‌ଟି ନିୟନ୍ତ୍ରଣ ହରାଇ ଓଲଟି ପଡିଥିଲା । ଏସ୍‌ଡିପିଓ ଶାଲିନୀ ପାରସ୍ତେଙ୍କ କହିବା ମୁତାବକ, ଭୋର ୪ଟାରେ ଏହି ଦୁର୍ଘଟଣା ଘଟିଥିଲା । ଉକ୍ତ ବସ୍‌ରେ ମୋଟ ୪୦ ଜଣ ଯବାନ ଥିଲେ । ସେଥିମଧ୍ୟରୁ ୫ ଜଣ ପୁଲିସ କର୍ମଚାରୀ ଓ ବାକି ହୋମଗାର୍ଡ କର୍ମଚାରୀ ଥିଲେ। 

ଅଧିକ ପଢନ୍ତୁ ଭାରତ ଖବର

ଯବାନମାନେ ଛିନ୍ଦୱାଡାରେ ନିର୍ବାଚନ ଡ୍ୟୁଟି କରିବା ପରେ ରାଜଗଡ ଯାଉଥିଲେ, କିନ୍ତୁ ରାସ୍ତାରେ ବସ୍ ଓଲଟି ପଡିଥିଲା। ଏଥିରେ ୨୧ ଜଣ ଯବାନ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ବଅତୁଲ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟମାନଙ୍କ ଶାହପୁର ହସ୍ପିଟାଲରେ ଚିକିତ୍ସା ଚାଲିଛି।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ