ଆଜିର ଦିନରେ ମୁମ୍ବାଇରେ ମୃତ୍ୟୁର ତାଣ୍ଡବ ରଚିଥିଲେ ଆତଙ୍କବାଦୀ
by Argus News
Sun, Nov 26 | 10:15 a.m.

ଅର୍ଗସ ବ୍ୟୁରୋ: ୨୦୦୮ ମସିହା ଆଜିର ଦିନରେ ମୁମ୍ବାଇରେ ମୃତ୍ୟୁର ତାଣ୍ଡବ ରଚିଥିଲେ ଆତଙ୍କବାଦୀ । ଯେଉଁ ଘଟଣା ସାରା ଭାରତକୁ ଦୋହଲାଇ ଦେଇଥିଲା । ଆଜି ଏହି ଦିନକୁ 15 ବର୍ଷ ପୂରିଛି । ଆକ୍ରମଣକୁ ଚାହିଁକି ମଧ୍ୟ କୌଣସି ଭାରତୀୟ ଭୁଲି ପାରି ନାହାନ୍ତି । ପାକିସ୍ତାନରୁ ସମୁଦ୍ର ପଥରେ ଆସିଥିବା 10 ଜଣ ଲସ୍କର ଇ ତୋଇବା ଆତଙ୍କବାଦୀ ତାଜ ହୋଟେଲରେ ଆଖିବୁଜା ଗୁଳି ମାଡ଼ କରିଥିଲେ ।

ଆକ୍ରମଣରେ ୧୬୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଓ ୩ ଶହରୁ ଅଧିକ ଆହତ ହୋଇଥିଲେ । ହେଲେ ଏବେ ୧୫ ବର୍ଷ ପରେ ମୁମ୍ବାଇର ସୁରକ୍ଷା ବ୍ୟବସ୍ଥା ସୁଦୃଢ ହୋଇଛି । ଏବେ କୈାଣସି ଆତଙ୍କବାଦୀ ମାୟାନଗରୀ ଉପରେ ଆକ୍ରମଣ କରିବାକୁ ହେଲେ ଶହେ ଥର ଚିନ୍ତା କରିବ । ମୁମ୍ବାଇ ଆକ୍ରମଣ ଘଟଣା ପରେ ଭାରତର ତଟ୍ଟସୁରକ୍ଷା ଓ ଆଭ୍ୟନ୍ତରୀଣ ସୁରକ୍ଷା ଭିତ୍ତିଭୂମି ଦୃଢ଼ କରିବାକୁ ପଦକ୍ଷେପ ନେଇଥିଲେ କେନ୍ଦ୍ର ସରକାର । ନଭେମ୍ବର ୨୬ ମୁମ୍ବାଇ ଆକ୍ରମଣରେ ସହିଦ ଯବାନ ଓ ନାଗିରକଙ୍କୁ ମନେ ପକାଉଛି ସାରା ଦେଶ ।

ଅଧିକ ପଢ଼ନ୍ତୁ ଦେଶ ଖବର:

RAHUL
ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ
ଅର୍ଗସ ବ୍ୟୁରୋ: ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି। ମେ’ ୧୫ ରେ ବଲାଙ୍ଗିର ଜନସଭାରେ ଯୋଗ ଦେଇ ରାହୁଲ ସମ୍ବୋଧନ କରିବେ ଓ ସେଠାରୁ ବାଇକ ରାଲି ସହ ସବୁଠି ପ୍ରଚାର କର
NAVEEN PATNAIK
ନବୀନଙ୍କୁ ଫଶାଇଦେଲା ଭାରତ ରତ୍ନ ପ୍ରସଙ୍ଗ !
ଅର୍ଗସ ବ୍ୟୁରୋ : ସ୍ଵାର୍ଥପରର ସୀମାପାର କଲେଣି ମୁଖ୍ୟମନ୍ତ୍ରୀ । ଓଡ଼ିଶା ପାଇଁ ବିଜୁ ବାବୁଙ୍କ ଅନେକ ଅବଦାନ ଅଛି ଆମେ ଜମାରୁ ଅସ୍ଵୀକାର କରୁନୁ । ହେଲେ ରାଜ୍ୟରେ ଶହଶହ ବରପୁତ୍ର ଅଛନ୍ତି
PURI
ରତ୍ନଭଣ୍ଡାର ଚାବି ହଜାଇଛି କିଏ ?
ଅର୍ଗସ ବ୍ୟୁରୋ: ନବୀନ ବାବୁ କହିଲେ ଓଡ଼ିଆଙ୍କ ପାଇଁ ଚିନ୍ତା କରନ୍ତିନି ମୋଦି । ହେଲେ ପ୍ରକୃତରେ ଓଡ଼ିଆଙ୍କ ଲାଗି ଚିନ୍ତା କରନ୍ତି କିଏ ? ସେନେଇ ଗୋଟି ଗୋଟି ଗୁମର ଖୋଲିଦେଲେ ଧର୍ମେନ୍ଦ୍ର