୩୦ କେଜି ସମ୍ବର ମାଂସ ଜବତ, ୯ଶିକାରୀ ଗିରଫ
by Argus News
Sat, Mar 30 | 2:12 p.m.

ମୟୂରଭଞ୍ଜ:  ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ପଶିଥିବା ୯ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି । ଏହା ସହିତ ସେମାନଙ୍କ ପାଖରୁ ୩୦ କେଜି ସମ୍ବର ମାଂସ ଓ ୯ଟି ଦେଶୀବନ୍ଧୁକ ଜବତ କରାଯାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ସୂଚନା ଦିଆଯାଇଛି । ଶୁକ୍ରବାର ରାତିରେ ଶିମିଳିପାଳର ଜେନାବିଲ ରେଞ୍ଜ ଅଞ୍ଚଳରେ ଉଦଳା ଥାନାର ପାଟଶାଣୀପୁର ଓ କୁଣ୍ଡାବାଇ ପଞ୍ଚାୟତର ଉପରତଳଡିହା, ଜାମଡିହା, ଖାଳିଡିହି ଆଦି ଶିମିଳିପାଳ ସଂଲଗ୍ନ ଗ୍ରାମର ୪୦ରୁ ଉର୍ଦ୍ଧ୍ବ ଶିକାରୀ ବହୁ ସଂଖ୍ୟକ ଦେଶୀଶବନ୍ଧୁକ ସହିତ ଏକସଙ୍ଗେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅଖଣ୍ଡ ଶିକାର ଉଦ୍ଦେଶ୍ୟରେ ପଶିଥିଲେ ।

ତେବେ ଖବର ପାଇ ଡୁକୁରା ଓ ପୋଡାଡିହା ରେଞ୍ଜର କର୍ମଚାରୀ ସ୍ବତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳ ସହିତ ମିଳିତ ଭାବେ ଚଢାଉ କରିଥିଲେ । ଏଥିରେ ୯ଜଣ ଶିକାରୀଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ୯ଟି ଦେଶୀବନ୍ଧୁକ ଓ ଅନ୍ୟାନ୍ୟ ଶିକାର ସାମଗ୍ରୀ ଜବତ କରି ବନବିଭାଗ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ ଜାରି ରଖିଛନ୍ତି । ଘଟଣା ସ୍ଥଳରୁ ଖସି ପଳାଇଥିବା ଅନ୍ୟ ଶିକାରୀମାନଙ୍କୁ ଗିରଫ ପାଇଁ ତନାଘନା ଜାରିରହିଥିବା ନେଇ ସୂଚନା ଦିଆଯାଇଛି । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

SECOND
45m ago
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନି
LOW PRESSURE
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ
IPL-2024
ରୋମାଞ୍ଚକର ସ୍ଥିତିରେ IPL-2024, ପ୍ଲେଅଫ୍‌ରେ ଆର୍‌ସିବି
ଅର୍ଗସ ବ୍ୟୁରୋ: ରୋମାଞ୍ଚକର ସ୍ଥିତିରେ IPL-2024 । ପ୍ଲେଅଫ୍‌ରେ ଆର୍‌ସିବି । ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପଛକୁ ହଟାଇ ଅପ୍ରତ୍ୟାଶିତ ଭାବେ ପ୍ଲେଅଫ୍ ଯୋଗ୍ୟତା ଅର୍ଜ