ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି
by Argus News
Sat, May 18 | 1:26 p.m.

ଭୁବନେଶ୍ୱର:  ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩% ବିଧାୟକ ପ୍ରାର୍ଥୀ କୋଟିପତି । କେନ୍ଦୁଝର ଚମ୍ପୁଆର BJD ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ଯ୍ୟାୟର ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ଵାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ଯ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ ହୋଇଥିବାବେଳେ ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ BJP ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ । 

ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ କଟକ ବଡମ୍ବାରୁ ସମୃଦ୍ଧ ଓଡ଼ିଶା ପକ୍ଷରୁ ବିଧାୟକ ପ୍ରାର୍ଥୀ କୈଳାଶ ଚନ୍ଦ୍ର ନାୟକ ସବୁଠୁ ଗରିବ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ମାତ୍ର ୧ ହଜାର ଟଙ୍କା । ସେହିପରି ପୁରୀ ବ୍ରହ୍ମଗିରି ସ୍ୱାଧୀନ ପ୍ରାର୍ଥୀ ସୁକାନ୍ତ ଘଡେଇ ଓ ଖୋର୍ଦ୍ଧା ଭୁବନେଶ୍ଵର ଉତ୍ତର CPI(ML) ପ୍ରାର୍ଥୀ ଗୋପୀନାଥ ନାୟକଙ୍କ ସମ୍ପତ୍ତି ମୂଲ୍ୟ ମାତ୍ର ୨ ହଜାର ଟଙ୍କା । 
ତୃତୀୟ ପର୍ଯ୍ୟାୟର ୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୨ ଜଣ ପ୍ରାର୍ଥୀ ସ୍କୁଲ ହତା ମାଡ଼ି ନଥିବା ବେଳେ ଅନ୍ୟ ଦୁଇ ଜଣ ପଞ୍ଚମ ବି ପାସ କରି ନାହାନ୍ତି । ୧୧ ଜଣ ପ୍ରାର୍ଥୀ ପଞ୍ଚମ ପାସ କରିଥିବା ନେଇ ସତ୍ୟପାଠ ଦାଖଲ କରିଥିବା ବେଳେ ୩୨ ଜଣ ଅଷ୍ଟମ ପାସ, ୪୯ ଜଣ ଦଶମ, ୮୬ ଜଣ ସ୍ନାତକ, ୬ ଜଣ ଡକ୍ଟରେଟ୍ କରିଛନ୍ତି । 

ସତ୍ୟପାଠ ବିଶ୍ଳେଷଣ ହୋଇଥିବା ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୩୩୭ ଜଣ ପୁରୁଷ ହୋଇଥିବା ବେଳେ ୪୪ ଜଣ ମହିଳା । ସେହିପରି ଜଣେ ପ୍ରାର୍ଥୀଙ୍କ ବୟସ ୮୦ ବର୍ଷରୁ ଅଧିକ ଥିବା ବେଳେ ୪୧ରୁ ୫୦ ବର୍ଷ ବୟସ ବର୍ଗରେ ଅଛନ୍ତି ସର୍ବାଧିକ ୧୨୯ ଜଣ ।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ