ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ
by Argus News
Tue, Jul 23 | 12:04 p.m.

ଅର୍ଗସ ବ୍ୟୁରୋ:  ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବଜେଟ ଉପସ୍ଥାପନ । ୨୦୨୪- ୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପନ କରୁଛନ୍ତି ବଜେଟ୍ । ମୁଦ୍ରାସ୍ପିତୀ ୪% ରଖିବାକୁ ଆକଳନ କରାଯାଇଛି । ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା । ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି । ଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା । ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ ।

୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ । ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ । ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ । କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରାବଧାନ ।

ଅଧିକ ପଢ଼ନ୍ତୁ ଦେଶ ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା