ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଟନେଲରେ ଫସିଥିବା ୪ ଓଡିଆ ଶ୍ରମିକ
by Argus News
Fri, Dec 01 | 1:16 p.m.

ଅର୍ଗସ ବ୍ୟୁରୋ: ଫେରିଲେ ୪ ଓଡିଆ ଶ୍ରମିକ। ଭୁବନେଶ୍ୱରରେ ପହଞ୍ଚିଲେ ଉତ୍ତରକାଶୀ ଟନେଲରେ ଫସିଥିବା ଓଡିଆ ଶ୍ରମିକ। ଜଣଙ୍କୁ ଛାଡି ବାକି ୪ ଓଡିଆ ଶ୍ରମିକ ଭୁବନେଶ୍ୱର ବିମାନବନ୍ଦରରେ ପହଁଞ୍ଚିଲେ। ତପନ ମଣ୍ଡଳ ପରେ ତାଙ୍କ ଭାଇଙ୍କ ସହ ଓଡିଶା ଫେରିବେ ବୋଲି ସୂଚନା। ଉତ୍ତରକାଶୀ ଟନେଲରୁ ପୁନର୍ଜନ୍ମ ଫାଇଥିବା 5 ଓଡ଼ିଆ ଶ୍ରମିକ ଆଜି ଫେରିଲେ। ଗତକାଲି ରିଷିକେଶ AIIMSରୁ ଓଡ଼ିଶା ଅଭିମୁଖେ ବାହାରିଥିଲେ ଶ୍ରମିକ । ରାଜ୍ୟ ଶ୍ରମ ବିଭାଗର ଅଧିକାରିଙ୍କ ସହ ଶ୍ରମିକଙ୍କ ପରିଜନ ବି ଡେରାଡୁନ ବିମାନବନ୍ଦରରେ ପହଁଚିଥିଲେ । ସେଠାରୁ ଦିଲ୍ଲୀ ବିମାନବନ୍ଦର ହୋଇ ଆଜି ଭୁବନେଶ୍ୱର ବିଜୁ ପଟନାୟକ ବିମାନବନ୍ଦରରେ ପାହଁଚିବେ। ଗତକାଲି ଋଷିକେଶ Aiims ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ଶ୍ରମିକଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ଦିଆଯାଇଥିଲା।

ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ ରହିବା ସହ ସମସ୍ତଙ୍କୁ କ୍ଲିଅରାନ୍ସ ଦିଆଯାଇଛି। ସମସ୍ତ ଶ୍ରମିକ aiims ଡାକ୍ତରଙ୍କ ଯୋଗାଯୋଗରେ ରହିବେ। ଉତ୍ତରକାଶୀ ଟନେଲରେ 7 ରାଜ୍ୟର 41 ଶ୍ରମିକ ଫସି ରହିଥିଲେ । ଦୀର୍ଘ 17 ଦିନ ପରେ ଟନେଲ ଭିତରୁ ଶ୍ରମିକଙ୍କୁ ସୁରକ୍ଷିତ ବାହାର କରାଯାଇଥିଲା। ଯେଉଁଥିରେ ଓଡ଼ିଶାର 5 ଜଣ ଶ୍ରମିକ ରହିଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ