5 ଟାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ
by Argus News
Mon, Dec 04 | 9:42 a.m.

ପୁରୀ: ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ  ସୂଚନା ମିଳିଛି । ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଓ ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିଥାନ୍ତି ।

ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୫ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ। ବର୍ଷକୁ ପ୍ରାୟ ଦୁଇଥର ଓ ଆବଶ୍ୟକ ପଡିଲେ ତିନିଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ