ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ଦୁଇ ଜଣ କୋଭିଡ ସଂକ୍ରମିତ ଚିହ୍ନଟ । ୨୦ ଦିନର ବ୍ୟବଧାନ ପରେ ରାଜ୍ୟରେ ଶନିବାର ପ୍ରଥମ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ଆକ୍ଟିଭ କେସ ୫ ରେ ପହଁଚିଛି ।
କରୋନା କଡ଼ ଲେଉଟାଇବା ପରେ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ କୁଆଡ଼େ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି ।
କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି