ବାତ୍ୟା 'ରେମାଲ' ପାଇଁ ୬ ଟ୍ରେନ୍ ବାତିଲ, ଖଡଗପୁରରେ ଅଟକିବ ଦିଘା-ପୁରୀ ଏକ୍ସପ୍ରେସ୍
by Argus News
Sun, May 26 | 4:14 p.m.

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ରେମାଲ। ଏହା ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ରବିବାର ମଧ୍ୟରାତ୍ରିରେ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ସାଗର ଦ୍ବୀପ ଓ ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ରେମାଲ ଲ୍ୟାଣ୍ଡଫଲ କରିବା ସମୟରେ ୧୧୦ରୁ ୧୨୦ କିମି. ବେଗରେ ବହିପାରେ। ପବନର ଝଟକା ୧୩୫ କି.ମି. ଯାଏ ଅନୁଭୂତ ହେବ ବୋଲି ଆକଳନ କରାଯାଇଛି।

ତେବେ ବାତ୍ୟା ରେମାଲ ପାଇଁ ଟ୍ରେନ ବାତିଲ ହୋଇଛି। ଦିଘାକୁ ଯାତାୟତ କରୁଥିବା ୬ଟି ଟ୍ରେନକୁ ବାତିଲ କରାଯାଇଛି। ସେହିପରି ଦିଘା-ପୁରୀ ସାପ୍ତାହିକ ଏକ୍ସପ୍ରେସ ପୁରୀ ନ ଆସି ଖଡ଼ଗପୁରରେ ଅଟକିଯିବ।
ରେମାଲ ପ୍ରଭାବରେ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ଉଚ୍ଚ ଜୁଆର
2m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
6m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ