ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା, 7 ଯୁବକ ଗିରଫ 
by Argus News
Sun, Oct 06 | 6:26 p.m.

 ଭୁବନେଶ୍ୱର:  ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଓ ଦୁର୍ବ୍ୟବହାର ମାମଲା ।  7 ଜଣ ଯୁବକଙ୍କୁ ଗିରଫ କଲା ଚନ୍ଦକା ଥାନା ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ADCP କୃଷ୍ଣପ୍ରସାଦ ଦାସ । ଭରତପୁର ଥାନାର ବର୍ତ୍ତମାନର IICଙ୍କ ଏତଲା ଆଧାରରେ 7 ଜଣଙ୍କୁ ଗିରଫ କରାଯାଇଛି । ତାଙ୍କ ପାଖରୁ 11 ମୋବାଇଲ, ଗୋଟିଏ ଗାଡ଼ି ଜବତ କରାଯାଇଛି । ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ମାରି ନ ଥିବା କହିଛନ୍ତି ଅଭିଯୁକ୍ତ ।  ସେପଟେ ଏହି ଘଟଣାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ବୟାନ୍ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ ।

ଏଡିଜି ଅରୁଣ ବୋଥ୍ରାଙ୍କ ନିକଟରେ ରିପୋର୍ଟ ଦାଖଲ ସହ ଜାତୀୟ ମହିଳା କମିଶନଙ୍କୁ ରିପୋର୍ଟ ଦେଇଛି କ୍ରାଇମବ୍ରାଞ୍ଚ । ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ମଧ୍ୟ ବୟାନ ରେକର୍ଡ ସରିଛି । ଖୁବଶୀଘ୍ର ଡିଜିପିଙ୍କ ସହ ଆଲୋଚନା କରିବେ କ୍ରାଇମବ୍ରାଞ୍ଚ ଏଡିଜି ।  ଆସନ୍ତାକାଲି ଦାଖଲ ହେବ ଚୂଡ଼ାନ୍ତ ରିପୋର୍ଟ । ମେଜରଙ୍କ ବାନ୍ଧବୀଙ୍କୁ ଥାନା ଭିତରେ ଯୌନ ନିର୍ଯାତନାର ଆସିଥିଲା ଅଭିଯୋଗ । ମାମଲାରେ ସସପେଣ୍ଡ 5 ପୋଲିସଙ୍କୁ ନେଇ ପଚରା ଉଚରା କରିଛି କ୍ରାଇମବ୍ରାଞ୍ଚ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଘଟଣାରେ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କୁ ସସପେଣ୍ଡ କରାଯାଇଛି। ସରକାର ସଚେତନ ଅଛନ୍ତି, ଆଗାମୀ ଦିନରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ।
 

ବେଆଇନ୍ ମେଡିସିନ୍
45m ago
କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍ ?
ମାଲକାନଗିରି : କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍। ମାଲକାନଗିରି ମୋଟୁ ଇସଲାମନଗରର ବେଆଇନ୍ କାରବାର ପଛର କିଏ ସେହି ସଇତାନ୍। ମାସୁମ
ଆକ୍ସନ୍
ଭବାନୀପାଟଣା ଫରେଷ୍ଟର୍ ସଞ୍ଜୟ ନାୟକ ଆତ୍ମହତ୍ୟା ମାମଲାରେ ଆକ୍ସନ୍
କଳାହାଣ୍ଡି: ଚାରା ଦୁର୍ନୀତି କରୁଥିଲେ, ପିସି କାରବାର ପାଇଁ ଅଧନସ୍ଥ କର୍ମଚାରୀଙ୍କ ଉପରେ ମାନସିକ ଚାପ ପକାଉଥିଲେ। ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା କଲେ କଳାହାଣ୍ଡି ଜାରିଙ୍ଗି ହାଇଟେକ
ଗାଜା
ଗାଜାରେ ପୁଣି ଆତଙ୍କୀ ଖୋଜ୍ ରେ ଆଡିଏଫ୍
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ଯୁଦ୍ଧ ସ୍ଥିତି। ପାଲେଷ୍ଟାଇନ୍, ଲେବାନନ୍, ଇରାନ୍ ସବୁଆଡ଼େ ଆକ୍ରମଣ କରୁଛି ଇସ୍ରାଏଲ୍। ତେବେ ଇସ୍ରାଏଲକୁ କଡ଼ା ଚେତାବନୀ ଦେଇଛନ୍ତ