ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଅଫିସରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲା
by Argus News
Mon, Oct 21 | 5:02 p.m.

ଅର୍ଗସ ବ୍ୟୁରୋ:  ବାତ୍ୟା ପାଇଁ ଆଲର୍ଟ ମୋଡକୁ ଆସିଲା ରାଜ୍ୟ  ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ। ଅଫିସରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଛି, ଯେଉଁଠାରୁ ବାତ୍ୟାର ଗତିପଥ ଉପରେ ତୀକ୍ଷଣ ନଜର ରଖାଯାଉଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ପ୍ରସ୍ତୁତି ଉପରେ ନଜର ରଖାଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକୁ ଯିବେ ବରିଷ୍ଠ ଆଇଏସ୍ ଅଧିକାରୀ।

କେଉଁ ଜିଲ୍ଲାକୁ କେତେ NDRF, ଓଡ୍ରାଫ ଟିମ ଯିବେ ସେ ନେଇ ଚାଲିଛି ଯୋଜନା । ଉପକୂଳ ଓଡ଼ିଶାର ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତିରେ ଅଧିକ ଏନଡିଆରଏଫ, ଓଡ୍ରାଫ୍ ଓ ଅଗ୍ନିଶମ ଟିମ୍ ମୁତୟନ ହେବେ। ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲା ଅଭିମୁଖେ ବାହାରିବେ NDRF, ଓଡ୍ରାଫ୍ ଓ ଅଗ୍ନିଶମ ଟିମ୍। ଜିଲ୍ଲାପାଳମାନେ ସ୍ଥିତି ସମୀକ୍ଷା କରି ଅପରାହ୍ନ ସୁଦ୍ଧା ରିପୋର୍ଟ ଦେବା ପରେ ଆବଶ୍ୟକତା ଅନୁଯାୟୀ ସରକାର ସହାୟତା ଯୋଗାଇ ଦେବେ। ମଧ୍ୟାହ୍ନରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ବୈଠକ କରିବେ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ